ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି।
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି,୧୩ ତାରିଖଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ୧୩ ,୧୪ ଓ ୧୫ ତାରିଖରେ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ। ତେବେ ଆସନ୍ତାକାଲି ପାଇଁ ପାଣିପାଗ କେନ୍ଦ୍ର ୮ ଜିଲାକୁ ୟେଲୋ ୱାର୍ନିଂ ଜାରି କରିଛି।ସେହିଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର ଜିଲା ରହିଛି। ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।