Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

୨୭ରେ ପୁଣି ଓଡ଼ିଶା ଆସିବେ ରାହୁଲ

ବରଗଡ଼(ଓଡ଼ିଶା ୱେୟାର): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ଚଳିତମାସ ୨୭ତାରିଖରେ ପୁଣି ଓଡ଼ିଶା ଆସିବେ । ସେ ବରଗଡ଼ ଓ ଜୟପୁରରେ ଦୁଇଟି ସାଧାରଣ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି।
ମିଳିଥିବା ସୂଚନା ଅନୁସାରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆଜି ବରଗଡ଼ ଗସ୍ତରେ ଯାଇ ଜିଲ୍ଲାର ଦଳୀୟ ନେତାମାନଙ୍କ ସହ ଦଳୀୟ ସାଂଗଠନିକ କାର୍ଯ୍ୟକ୍ରମର ସମୀକ୍ଷା ସମେତ ରାହୁଲଙ୍କ ଗସ୍ତ ସମ୍ପର୍କରେ ବିଚାରବିମର୍ଶ କରିଛନ୍ତି। ଏହି ଅବସରରେ ଶ୍ରୀ ପଟ୍ଟନାୟକ ଜିଲ୍ଲାର ଦଳୀୟ ନେତାମାନଙ୍କୁ କହିଛନ୍ତି ଯେ, ଚଳିତମାସ ୨୭ତାରିଖରେ ରାହୁଲ ଓଡ଼ିଶା ଆସିବାର ସମ୍ଭାବନା ରହିଛି। ଯଦିଓ ରାହୁଲଙ୍କ ଅଫିସ ପକ୍ଷରୁ କୌଣସି ଆନୁଷ୍ଠାନିକ ସୂଚନା ମିଳିନି ତଥାପି ୨୭ତାରିଖରେ ସେ ଓଡ଼ିଶା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି। ଜାନୁଆରୀ ୨୫ତାରିଖରେ ଭୁବନେଶ୍ୱରରେ, ଫେବୃଆରୀ ୬ରେ ଭବାନୀପାଟଣା ଓ ରାଉରକେଲାରେ ରାହୁଲଙ୍କ ସଭାରେ ଯେଭଳି ଲୋକଙ୍କ ଭିଡ଼ ହୋଇଥିଲା ସେପରି ଆୟୋଜନ ବରଗଡ଼ରେ କରିବା ପାଇଁ ସେ ଦଳୀୟ କର୍ମକର୍ତ୍ତାମାନଙ୍କୁ ପରାମର୍ଶ ଦେଇଥିଲେ। ଦିନ ୧୧ଟାବେଳେ ଜୟପୁରରେ ଓ ଅପରାହ୍ନ ୨ଟାରେ ବରଗଡ଼ରେ ସଭା କରି ରାହୁଲ ସେଠାରୁ ରାୟପୁର ଦେଇ ନୂଆଦିଲ୍ଲୀ ଫେରିଯିବା ସହଜ ହେବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top