Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୪୭୬ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ ହୋଇଛି ନିଯୁକ୍ତି ମେଳା । ଆଜି ଲୋକସେବା ଭବନ କନଭେନସନ ସେଣ୍ଟରରେ ଆଯୋଜିତ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୪୭୬ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ନିଯୁକ୍ତି ପାଇଥିବା ସମସ୍ତ ପ୍ରାର୍ଥୀଙ୍କ ଏହି ସଫଳତା ପାଇଁ ଅଭିନନ୍ଦନ ଏବଂ ଶୁଭକାମନା । ନିଜର ପରିଶ୍ରମ ଏବଂ ଦୀର୍ଘଦିନର ସାଧନା ବଳରେ ଆପଣ ସମସ୍ତେ ଏହି ସଫଳତା ହାସଲ କରିପାରିଛନ୍ତି। ଏହା କେବଳ ଏକ ନିଯୁକ୍ତି ନୁହେଁ, ସରକାରଙ୍କ ପ୍ରତିନିଧି ଭାବେ ସମାଜର ଶେଷ ଧାଡିରେ ଥିବା ବ୍ୟକ୍ତିର ବିକାଶ ପାଇଁ ଆପଣ ପାଇଥିବା ଗୁରୁ ଦାୟିତ୍ଵର ଏହା ଏକ ସଂକଳ୍ପ ପତ୍ର ଅଟେ। ଲୋକଙ୍କ ସମସ୍ଯାର ସମାଧାନକୁ ଗୁରୁତ୍ଵ ଦେଇ ଆପଣ ସମସ୍ତେ ଅତ୍ୟନ୍ତ ନିଷ୍ଠା ଏବଂ ସମର୍ପିତ ସେବା ମନୋଭାବରେ କାର୍ଯ୍ୟ କରିବେ। ଆପଣ ସମସ୍ତଙ୍କ ଯୋଗଦାନ “ବିକଶିତ ଓଡ଼ିଶା” ନିର୍ମାଣକୁ ସାକାର କରିବ ବୋଲି ମୋର ପୂର୍ଣ୍ଣ ବିଶ୍ବାସ ରହିଛି।

ସୂଚନାଯୋଗ୍ୟ, ନିର୍ବାଚନ ପୂର୍ବରୁ ବିଜେପି ଦେଇଥିବା ତାର ପ୍ରତିଶ୍ରୁତି ପୂରଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଯୁକ୍ତି ମେଳା ଆରମ୍ଭ ହୋଇଛି ।ରାଜ୍ୟରେ ଖାଲିପଡିଥିବା ୧ ଲକ୍ଷ ୩୨ ହଜାର ୪୫୯ଟି ପଦବୀ ସରକାର ପୂରଣ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ଖାଲି ପଡ଼ିଥିବା ସରକାରୀ ପଦବୀ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ କରିବାକୁ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top