Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୬ରୁ ବଙ୍ଗୋପସାଗରରେ ଲଘୁଚାପ !

ଭୁବନେଶ୍ବର (ଓଡ଼ିଶା ୱେୟାର) : ବଙ୍ଗୋପସାଗରରେ ବାତ୍ୟା ଋତୁ ଆରମ୍ଭ ହୋଇଯାଇଛି । ଗତ ମାର୍ଚ୍ଚ ମାସରେ ଦୁଇଟି ବାତ୍ୟା ସୃଷ୍ଟି ହୋଇଥିଲେ ବି ତାହା ଭାରତୀୟ ଉପକୂଳ ପର୍ଯ୍ୟନ୍ତ ଆସିନଥିଲା । ଏବେ ଏପ୍ରିଲ ମାସର ପ୍ରଥମ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଲକ୍ଷଣ ଦେଖାଦେଇଛି । ଆସନ୍ତା ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ପରବର୍ତ୍ତୀ ଦୁଇଦିନରେ ଏହା ଆହୁରି ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଉଭୟ ଭାରତୀୟ ପାଣିପାଗ ବିଭାଗ ଓ ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ ପୂର୍ବାନୁମାନ କରିଛନ୍ତି ।
ତେବେ ସ୍କାଏମେଟ ଆଉ ଏକ ପାଦ ଆଗକୁ ଯାଇ କହିଛି ଯେ ପାଣିପାଗର ସ୍ଥିତି ଦୃଷ୍ଟିରୁ ଏହି ଲଘୁଚାପ ଆହୁରି ଘନୀଭୂତ ହୋଇ ଶକ୍ତିଶାଳୀ ହେବାର ସମ୍ଭାବନା ରହିଛି । ମାତ୍ର ଏହା ବାତ୍ୟାରୂପ ନେବ କି ନାହିଁ, ତାହା ଏବେଠାରୁ ଜଣାପଡ଼ି ନାହିଁ । ତେବେ ଏହି ଲଘୁଚାପ ଉପରେ ପାଣିପାଗ ବିଜ୍ଞାନୀମାନେ ସତର୍କ ଦୃଷ୍ଟି ରଖିଛନ୍ତି । ଏପ୍ରିଲ ୬ରୁ ଏପ୍ରିଲ ୮ ପର୍ଯ୍ୟନ୍ତ ୪୮ ଘଣ୍ଟା ଏହି ଲଘୁଚାପ ପାଇଁ ବେଶ ଗୁରୁତ୍ବପୂର୍ଣ୍ଣ । ଏହି ସମୟରେ ହିଁ ଲଘୁଚାପ ବାତ୍ୟା ରୂପ ନେବ କି ନାହିଁ, ଓ ଏହାର ଗତିପଥ କିପରି ରହିବ ତାହା ଜଣାପଡ଼ିବ ବୋଲି ସ୍କାଏମେଟ କହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top