ରାଜ୍ୟ

୮ରେ ନବୀନଙ୍କ ଦିଲ୍ଲୀ ଗସ୍ତ!

Posted on

ଭୁବନେଶ୍ୱର(ଓଡ଼ିଶା ୱେୟାର): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୮ତାରିଖରେ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବାପରେ ଏହା ନବୀନଙ୍କ ପ୍ରଥମ ଦିଲ୍ଲୀ ଗସ୍ତ ହେବ।
ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ଦ୍ୱିତୀୟଥର ପାଇଁ ବିଜେପି ନେତୃତ୍ୱାଧୀନ ଏନଡିଏକୁ ବିପୁଳ ଜନସମର୍ଥନ ମିଳିଥିବାରୁ ତାଙ୍କୁ ଅଭିନନ୍ଦନ ଜଣାଇବେ। ନବୀନ ନିଜର ଗସ୍ତ ସମୟରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଓ ଅନ୍ୟ କେତେକ ମନ୍ତ୍ରୀଙ୍କୁ ମଧ୍ୟ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ନବୀନଙ୍କ ଦିଲ୍ଲୀ ଗସ୍ତ ପରେ ହିଁ ନରେନ୍ଦ୍ର ମୋଦି ନେତୃତ୍ୱାଧୀନ ଏନଡିଏ ସରକାର ପ୍ରତି ବିଜେଡିର ବାସ୍ତବ ଆଭିମୁଖ୍ୟ ସ୍ପଷ୍ଟ ହେବ ବୋଲି ଚର୍ଚ୍ଚା ହେଉଛି।

Leave a Reply

Your email address will not be published. Required fields are marked *

Most Popular

Exit mobile version