Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

୭ ବିଜେଡି ନେତାଙ୍କୁ ସରକାରୀ ଓ ୪ ଜଣଙ୍କୁ ଦଳୀୟ ପଦବୀ

ଭୁବନେଶ୍ୱର : ବିଜେଡିର ୭ଜଣ ନେତାଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ସରକାରୀ ପଦବୀରେ ଓ ୪ଜଣ ନେତାଙ୍କୁ ଦଳୀୟ ସଂଗଠନ ପଦବୀରେ ଥଇଥାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ୪ଜଣ ନେତାଙ୍କୁ ବିଭିନ୍ନ ସରକାରୀ ଉଦ୍ୟୋଗରେ ଓ ୩ଜଣଙ୍କୁ ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ଭାବେ ଅବସ୍ଥାପିତ କରିଛନ୍ତି । ରାଜ୍ୟସଭା ପାଇଁ ଆଶାୟୀ ଥିବା ମୁଜିବୁଲ୍ଲା ଖାଁ(ମୁନ୍ନା)ଙ୍କୁ କାଜୁ ଉନ୍ନୟନ ନିଗମର ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି । ସେ ଏବେ ଓଡ଼ିଶା ଫିଲ୍ମ ଉନ୍ନୟନ ନିଗମର ଅଧ୍ୟକ୍ଷ ଅଛନ୍ତି । ସେହିପରି ବିଜେପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଆଶାୟୀ ଥିବା ପ୍ରଭାତ ଆଦିତ୍ୟ ମିଶ୍ରଙ୍କୁ ରାଜ୍ୟ କୃଷି ଶିଳ୍ପ ନିଗମ, ପୁରୀର ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ରାଜ୍ୟ କ୍ଷୁଦ୍ର ଶିଳ୍ପ ନିଗମର ଅଧ୍ୟକ୍ଷ, କେନ୍ଦ୍ରାପଡ଼ାର କୃତିବାସ ପାତ୍ରଙ୍କୁ ଆପିକଲ୍ର ଅଧ୍ୟକ୍ଷ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ରାଜ୍ୟ ଯୋଜନା ବୋର୍ଡର ସଦସ୍ୟ ଭାବେ କାକଟପୁରର ପୂର୍ବତନ ବିଧାୟକ ରବି ମଲ୍ଲିକ, ବାଲେଶ୍ୱରରର ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗିରିଶ ଚନ୍ଦ୍ର ଦାସ ଓ କୋରାପୁଟର ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀଙ୍କୁ ନିଯୁକ୍ତି ମିଳିଛି । ସେହିପରି ବିଜେଡି ସମ୍ପାଦକ ବିଜୟ ନାୟକଙ୍କ ଏକ ପ୍ରେସ୍ ରିଲିଜ୍ ଜାରି କରି କହିଛନ୍ତି ଯେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡ଼ା ଜିଲ୍ଲାର ସରୋଜ କୁମାର ସାହୁ ଓ ଭୁବନେଶ୍ୱର ମହାନଗର ନିଗମର କର୍ପୋରେଟର ବିରଞ୍ôଚ ନାରାୟଣ ମହାସୁପକାରଙ୍କୁ ଦଳର ରାଜ୍ୟ ସମ୍ପାଦକ ଭାବେ ନିଯୁକ୍ତି ମିଳିଥିବାବେଳେ କଟକ ଜିଲ୍ଲାର ବିଜେଡି କାର୍ଯ୍ୟକାରୀ ସଭାପତି ଭାବେ ପ୍ରଫୁଲ୍ଲ ସିଂହ ଓ ଭଦ୍ରକ ଜିଲ୍ଲା କାର୍ଯ୍ୟକାରୀ ସଭାପତି ଭାବେ ଜଗନ୍ନାଥ ସ୍ୱାଇଁଙ୍କୁ ନିଯୁକ୍ତି ଦେଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top