Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଛତିଶଗଡ଼ରେ ଭୟଙ୍କର ବସ ଦୁର୍ଘଟଣା ; ୧୨ ମୃତ, ୨୦ରୁ ଅଧିକ ଆହତ

କାଲି ନିଲମ୍ବିତ ରାତିରେ ଛତିଶଗଡ଼ର ଦୁର୍ଗ ଜିଲ୍ଲାରେ ଭୟଙ୍କର ବସ୍ ଦୁର୍ଘଟଣା ଘଟିଛି । ଦୁଭାରସାମ୍ୟ ହରାଇ ଏକ ବସ୍‌ ୪୦ ଫୁଟ ତଳ ମୋରମ ଖଣିକୁ ଖସି ପଡ଼ିବାରୁ ୧୨ ଜଣଙ୍କ ଜୀବନ ଯାଇଛି। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଗୁରୁତର ହୋଇଥିବା ନେଇ ସୂଚନା ମିଳିଛି ।

ସୂଚନା ଅନୁସାରେ, ଗତକାଲି ରାତି ପ୍ରାୟ ୮ଟା ୩୦ରେ କୁମ୍ଭାରୀ ଥାନା ଅଧୀନ ଖପରୀ ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏକ ଘରୋଇ କମ୍ପାନୀର କର୍ମଚାରୀ ନିଜ ସିଫ୍ଟ ସାରି ବସ୍‌ରେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଡ୍ରାଇଭରଜଣକ ଭାରସାମ୍ୟ ହରାଇବାରୁ ବସ୍‌ଟି ମୋରମ ଖଣିକୁ ଖସି ପଡ଼ିଥିଲା । ଦୁର୍ଘଟଣା ସମୟରେ ବସରେ ୩୦ରୁ ଅଧିକ ଯାତ୍ରୀ ଥିଲେ । ବସଟି ଭାରସାମ୍ୟ ହରାଇ ଘାଟି ତଳକୁ ଖସି ପଡ଼ିବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଜଣ ମହିଳା ଥିବା ଜଣାପଡ଼ିଛି । ଦୁର୍ଘଟଣାଟି ଖପରୀ ନିକଟରେ ଥିବା ମୋରମ ଖଣିରେ ଘଟିଛି । ଘଟଣା ପରେ ସ୍ଥାନୀୟ ଲୋକେ ତୁରନ୍ତ ପୁଲିସକୁ ଖବର ଦେଇଥିଲେ । ପୁଲିସ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଂଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ । ପ୍ରାଥମିକ ଚିକିତ୍ସା ପାଇଁ ସମସ୍ତଙ୍କୁ ସ୍ଥାନୀୟ ସରକାରୀ ମେଡିକାଲକୁ ନିଆଯାଇଥିଲା । ତେବେ ସେଠାରୁ କିଛି ଆହତଙ୍କୁ ରାୟପୁରର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ବର୍ତମାନ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଦୁର୍ଗ ଜିଲ୍ଲାପାଳ ରିଚା ପ୍ରକାଶ ଚୌଧୁରୀ ସୂଚନା ଦେଇଛନ୍ତି । ଘଟଣା ପରେ ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ରାୟପୁର ଏମ୍ସ ଯାଇ ଆହତ ଏବଂ ସେମାନଙ୍କ ପରିବାର ଲୋକଙ୍କୁ ଭେଟିଛନ୍ତି ।

ସେପଟେ ଭୟଙ୍କର ଦୁର୍ଘଟଣା ପାଇଁ ଶୋକ ବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଲେଖିଛନ୍ତି ଯେ ଦୁର୍ଗରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ଗଭୀର ସମବେଦନା । ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ୍ କରି କହିଛନ୍ତି ଯେ ଛତିଶଗଡ଼ର ଦୁର୍ଗରେ ଘଟିଥିବା ବସ୍ ଦୁର୍ଘଟଣାରେ ସେ ମର୍ମାହତ । ଏହାସହ ପ୍ରଧାନମନ୍ତ୍ରୀ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ରାଜ୍ୟ ସରକାରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯାଉଥିବା କହିଛନ୍ତି ପ୍ରଧାନମନ୍ତ୍ରୀ । ସେହିପରି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top