Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ମହାକାଳପଡ଼ା ପାନୀୟ ଜଳ ପ୍ରକଳ୍ପକୁ ମଞ୍ଜୁରୀ, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା

ଭୁବନେଶ୍ୱର : କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ା ଓ ମାର୍ଶାଘାଇ ବ୍ଲକର ୨୦୦ଟି ଗାଁକୁ ପାନୀୟ ଜଳ ଯୋଗାଣ ନିମନ୍ତେ ରାଜ୍ୟ ସରକାର ୨୦୪ କୋଟି ଟଙ୍କାର ଏକ ବୃହତ୍ ପ୍ରକଳ୍ପକୁ ଆଜି ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏଥିପାଇଁ ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ ମହାକାଳପଡ଼ାବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି ।
ଏକ ପ୍ରେସ୍ ରିଲିଜ୍ରେ ଶ୍ରୀ ନାୟକ କହିଛନ୍ତି ଯେ, ମହାକାଳପଡ଼ା ଓ ମାର୍ଶାଘାଇ ବ୍ଲକର ଅଧିକାଂଶ ଗାଁରେ ପାନୀୟ ଜଳ ସଙ୍କଟ ରହିଥିଲା । ରାଜ୍ୟ କ୍ୟାବିନେଟ୍ ଆଜି ଅନୁମୋଦନ କରିଥିବା ଏହି ବୃହତ୍ ପ୍ରକଳ୍ପକୁ ୨ବର୍ଷ ମଧ୍ୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହି ନୂଆ ପ୍ରକଳ୍ପ ନିର୍ମାଣ କରିବା ଦାୟିତ୍ୱ ଏଲ୍ ଆଣ୍ଡ ଟି କମ୍ପାନୀକୁ ଦିଆଯାଇଛି । ଏହି ପ୍ରକଳ୍ପ ଯୋଗୁ ପ୍ରାୟ ୨ଲକ୍ଷ ୩୪ହଜାର ଜନସାଧାରଣ ଉପକୃତ ହେବେ । ଏକକାଳୀନ ୨୦୦କୋଟିରୁ ଅଧିକ ଟଙ୍କାର ଗୋଟିଏ ପ୍ରକଳ୍ପ ମିଳିବାରେ କେନ୍ଦ୍ରାପଡ଼ା ଜିଲ୍ଲାରେ ଏହା ପ୍ରଥମ ପ୍ରକଳ୍ପ । ତାଳସଙ୍ଗା ନିକଟ ଲୁଣା ନଦୀର ପାଣିରୁ ପାଇପ୍ ଯୋଗେ ମହାକାଳପଡ଼ା ଓ ମାର୍ଶାଘାଇର ୨୦୦ଟି ଗାଁକୁ ଯୋଗାଇ ଦେବାର ଯୋଜନା ରହିଛି । ଏଲ୍ ଆଣ୍ଡ ଟି କମ୍ପାନୀ ଚଳିତ ମାସରେ କାର୍ଯ୍ୟ ଆରମ୍ଭ କରିବ ବୋଲି ସୂଚନା ମିଳିଥିବା ଶ୍ରୀ ନାୟକ କହିଛନ୍ତି । ସୂଚନାଯୋଗ୍ୟ ଦୀର୍ଘଦିନ ଧରି ଶ୍ରୀ ନାୟକ ଏହି ପାନୀୟ ଜଳ ପ୍ରକଳ୍ପ ନିମନ୍ତେ ପ୍ରୟାସ କରୁଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top