Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସଂରକ୍ଷଣକୁ ନେଇ ରାଜନୀତି

ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର):ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ନେଇ ବିଧାନସଭାରେ ଆସିବ ଆମେଣ୍ଡମେଣ୍ଟ। ଏନେଇ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଥିବା ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା। ଏଥର ନିର୍ବାଚନରେ ୫୦ ପ୍ରତିଶତ ସଂରକ୍ଷଣ ରହିବ। ଓବିସି ସଂରକ୍ଷଣ ନେଇ ବିଜେଡି କେନ୍ଦ୍ର ନିକଟରେ ଦାବି କରିଥିଲା କିନ୍ତୁ ସଂସଦରେ କୌଣସି ପଦକ୍ଷେପ ନିଆଯାଉନି। କେନ୍ଦ୍ର ବ୍ୟବସ୍ଥା ନକଲେ ମଧ୍ୟ ଦଳୀୟ ଭିତ୍ତିରେ ୨୭ ପ୍ରତିଶତ ସଂରକ୍ଷଣ ନେଇ ବିଜେଡି ନିର୍ବାଚନ ଲଢିବ ବୋଲି ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ଏଥିପାଇଁ ଯାହା ବ୍ୟବସ୍ଥା ଦରକାର ତାହା ବିଧାନସଭାରେ କରାଯିବ ଏଥର ନିର୍ବାଚନରେ ପଞ୍ଚାୟତ ପୁନର୍ଗଠନ ହେବନାହିଁ ବୋଲି ସ୍ପଷ୍ଟ କରିଛନ୍ତି ମନ୍ତ୍ରୀ।
ଏହାର ଜବାବରେ ବିଜେପିର ଭୃଗୁ ବକ୍ସିପାତ୍ର କହିଛନ୍ତି, ପଞ୍ଚାୟତ ନିର୍ବାଚନ ତ ତା’ ସମୟରେ ହେବ। ସୁପ୍ରିମକୋର୍ଟ କହିଛନ୍ତି, ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ। ଏହାକୁ ମାନିବାକୁ ରାଜ୍ୟ ସରକାର ବାଧ୍ୟ। ଏଥିରେ ନୂଆ କିଛି ନାହିଁ, କିନ୍ତୁ ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ପୌର ନିର୍ବାଚନ ପ୍ରକ୍ରିୟା ଆରମ୍ଭ କରିବା ଉଚିତ। ତା’ପରେ ପଞ୍ଚାୟତର ହେବ। କିନ୍ତୁ ବୋଧହୁଏ ପରାଜୟ ଭୟରେ ସରକାର ପୌର ନିର୍ବାଚନ କରୁନାହାନ୍ତି ବୋଲି କହିଛନ୍ତି ଭୃଗୁ ବକ୍ସିପାତ୍ର।
ସେପଟେ କଂଗ୍ରେସ କହିଛ ଓବିସିଙ୍କ ପ୍ରତି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅବିଚାର କରିଛନ୍ତି। ଜାତିଭିତ୍ତିକ ଜନଗଣନା ପାଇଁ କେନ୍ଦ୍ର କାହିଁକି ମନାକରୁଛି ବୋଲି କଂଗ୍ରେସ ପ୍ରଶ୍ନ ଉଠାଇଛି। ୫୦% ସିଲିଂ ବ୍ୟବସ୍ଥା ନ ହଟିଲେ ଓବିସି ସଂରକ୍ଷଣ ହୋଇପାରିବ ନାହିଁ। ଶିକ୍ଷା କ୍ଷେତ୍ରରେ କାହିଁକି ରାଜ୍ୟ ସଂରକ୍ଷଣ ବ୍ୟବସ୍ଥା କଲା ନାହିଁ। ଓବିସି ଫାଇନାନ୍ସ କମିଶନ ଦ୍ୱାରା କୌଣସି ବ୍ୟକ୍ତି ଉପକୃତ ହୋଇନାହାନ୍ତି ବୋଲ ଆଜି ପ୍ରେସମିଟୋ କରି କଂଗ୍ରେସ ମିଡିଆ ସେଲ୍‌ ମୁଖ୍ୟ ଗଣେଶ୍ୱର ବେହେରା କହିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top