Latest
୨୪ଘଣ୍ଟାରେ ୨୯୬ ପଜିଟିଭ୍ ଚିହ୍ନଟ, ୩ମୃତ
ଭୁବନେଶ୍ବର(ଓଡ଼ିଶା ୱେୟାର): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୭୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୪ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୨୩ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତିରୁ ୧୦ ଜଣ, ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଯାଜପୁରରୁ ୧୪ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, ଖୋର୍ଦ୍ଧାରୁ ୧୫୨ ଜଣ, କୋରାପୁଟର ଜିଲ୍ଲାରୁ ୧ ଜଣ, ମାଲକାନଗିରିରୁ ୪ ଜଣ, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୧ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୪ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୨୩ ଜଣ ଓ ଷ୍ଟେଟ ପୁଲରୁ ୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।