Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କ୍ରେନ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

ଭୋପାଳ: ମଧ୍ୟପ୍ରଦେଶର ଗ୍ବାଲିୟର ଜିଲ୍ଲାରେ ଶନିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ୩ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଆସନ୍ତା ସ୍ବାଧୀନତା ଦିବସ ଉପଲକ୍ଷେ ଜାତୀୟ ପତାକା ଲଗାଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଥିବା ଜଣାପଡ଼ିଛି । ତେବେ ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ଘଟଣା ସମ୍ପର୍କରେ ସୂଚନା ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚିଥିବା ଜଣାପଡ଼ିଛି ।

ମିଳିଥିବା ସୂଚନା ଅନୁଯାୟୀ ଘଟଣାଟି ଗ୍ବାଲିୟର ଜିଲ୍ଲାର ମହାରାଜ ବାଡ଼ା ଅଞ୍ଚଳରେ ଘଟିଛି । ଆସନ୍ତା କାଲି ଦେଶ ୭୫ତମ ସ୍ବାଧୀନତା ଦିବସ ପାଳିବାକୁ ଯାଇଛି । ଏହି ଉପଲକ୍ଷେ ସେଠାରେ ଥିବା ପୋଷ୍ଟ ଅଫିସର ଛାତ ଉପରେ ପ୍ରାୟ ୬୦ ଫୁଟ ଉପରେ କ୍ରେନ ଯୋଗେ ଜାତୀୟ ପତାକା ଲଗାଇବାକୁ ପ୍ରୟାସ ଚାଲିଥିଲା । ମାତ୍ର ଏହି ସମୟାରେ ହଠାତ କ୍ରେନ ଉପରି ଭାଗ ଭାଙ୍ଗି ଯାଇଥିଲେ । ଫଳରେ ସେଥିଲେ ଥିବା ନଗର ଉନ୍ନୟନ ନିଗମର କର୍ମୀ ପଡ଼ିଯାଇଥିଲେ । ଫଳରେ ଘଟଣାସ୍ଥଳରେ ହିଁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଲେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଥିଲେ ।

ଏହି ଘଟଣାରେ କଂଗ୍ରେସ ପ୍ରଦେଶ ଅଧ୍ୟକ୍ଷ କମଳନାଥ ଏହି ଘଟଣାରେ ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି କି ଜାତୀୟ ପତାକା ଲଗାଉଥିବା ବେଳେ କ୍ରେନରୁ ପଡ଼ିଯାଇ କିଛି ଲୋକଙ୍କ ମୃତ୍ୟୁ ଘଟଣା ବେଶ ଦୁଃଖଦପୂର୍ଣ୍ଣ । କିଛି ଲୋକ ଆହତ ହୋଇଥିବା ନେଇ ମଧ୍ୟ ଖବର ମିଳିଛି । ତେବେ ପୀଡ଼ିତଙ୍କ ପରିବାର ପ୍ରତି ସମ୍ବେଦନା ଜଣାଇଛନ୍ତି କମଲନାଥ କହିଛନ୍ତି । ସେହିପରି ଏହି ଘଟଣାରେ ଦୋଷୀମାନଙ୍କ ପ୍ରତି କଠୋର ଦଣ୍ଡଦେବାକୁ ମଧ୍ୟ ଅପିଲ କରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top