Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ମହାନଦୀ ବିବାଦ : ୩ଜଣିଆ ଟ୍ରିବ୍ୟୁନାଲ ଗଠିତ

ଭୁବନେଶ୍ୱର : ମହାନଦୀ ଜଳକୁ ନେଇ ଛତିଶଗଡ଼ ଓ ଓଡ଼ିଶା ମଧ୍ୟରେ ବିବାଦର ସମାଧାନ ପାଇଁ କେନ୍ଦ୍ର କ୍ୟାବିନେଟ ଦ୍ୱାରା ଟ୍ରିବ୍ୟୁନାଲ ଗଠନକୁ ସବୁଜ ସଙ୍କେତ ମିଳିବାର ୩ସପ୍ତାହ ପରେ କେନ୍ଦ୍ର ସରକାର ୩ଜଣିଆ ସଦସ୍ୟ ବିଶିଷ୍ଟ ଟ୍ରିବ୍ୟୁନାଲ ଗଠନ କରିଛନ୍ତି । ଆନ୍ତଃ ରାଜ୍ୟ ନଦୀ ଜଳ ବିବାଦ ଆଇନ-୧୯୫୬ ଅନ୍ତର୍ଗତ ଏହି ଟ୍ରିବ୍ୟୁନାଲ ଗଠନ ହୋଇଛି ।
କେନ୍ଦ୍ର ଜଳ ସମ୍ପଦ ମନ୍ତ୍ରଣାଳୟ ପକ୍ଷରୁ ଆଜି ଏହି ଟ୍ରିବ୍ୟୁନାଲ ଗଠନ ବିଜ୍ଞପ୍ତି ପ୍ରକାଶ ପାଇଛି । ୩ଜଣିଆ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଭାବେ ସୁପ୍ରିମକୋର୍ଟ ଜଷ୍ଟିସ ଏଏମ ଖାନୱାଲିକର ଥିବାବେଳେ ପାଟନା ହାଇକୋର୍ଟର ଜଷ୍ଟିସ ଡଃ ରବି ରଞ୍ଜନ ଓ ଦିଲ୍ଲୀ ହାଇକୋର୍ଟର ଜଷ୍ଟିସ ଇନ୍ଦରମିତ କୌର ସଦସ୍ୟ ଅଛନ୍ତି । ପ୍ରଚଳିତ ଆଇନ ଅନୁସାରେ ଟ୍ରିବ୍ୟୁନାଲ ୩ବର୍ଷ ମଧ୍ୟରେ ନିଜର ରିପୋର୍ଟ ଦାଖଲ କରିବେ । ଆବଶ୍ୟକ ପଡ଼ିଲେ ଟ୍ରିବ୍ୟୁନାଲର କାର୍ଯ୍ୟକାଳ ଆଉ ୨ବର୍ଷ ବୃଦ୍ଧି କରାଯାଇପାରିବ । ସୂଚନାଯୋଗ୍ୟ ଓଡ଼ିଶା ସରକାରଙ୍କ ଆବେଦନ ଆଧାରରେ ସୁପ୍ରିମକୋର୍ଟ ମହାନଦୀ ଜଳ ବିବାଦର ସମାଧାନ ପାଇଁ ୨୦୧୮ ଜାନୁୟାରୀ ୨୩ ତାରିଖରେ ଟ୍ରିବ୍ୟୁନାଲ ଗଠନ ନିମନ୍ତେ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top