Latest

୩ ନୂଆ ଏସ୍‌ପିଙ୍କୁ ନିଯୁକ୍ତି ଦେଲେ ନିର୍ବାଚନ କମିଶନ

Posted on

ରାଜ୍ୟରେ ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ପାଇଁ ୮ ପ୍ରଶାସନିକ ଅଧିକାରୀଙ୍କୁ ନିର୍ବାଚନ ସଂକ୍ରାନ୍ତ କାର୍ଯ୍ୟରୁ ଦୂରେଇ ରଖିବାକୁ କିଛି ଦିନ ପୂର୍ବେ ନିର୍ବାଚନ କମିଶନ ରାଜ୍ୟ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବ୍ରିଜେଶ କୁମାର ରାୟ ହେଲେ ରାଉରକେଲା ଏସପି । ୨୦୦୯ ବ୍ୟାଚର ଆଇପିଏସ ବ୍ରିଜେଶ କୁମାର ରାୟ। ୨୦୦୮ ବ୍ୟାଚର ଆଇପିଏସ ଡକ୍ଟର ଉମାଶଙ୍କର ଦାଶ ଅନୁଗୁଳ ଏସପି ଭାବେ ନିଯୁକ୍ତ ହୋଇଛନ୍ତି । ସେହିପରି କଟକ ଡିସିପି ଭାବେ ନିଯୁକ୍ତି ପାଇଛନ୍ତି ୨୦୦୮ ବ୍ୟାଚର ଆଇପିଏସ ପ୍ରକାଶ ଆର । ତିନି ଆଇପିଏସଙ୍କ ନୂଆ ନିଯୁକ୍ତିକୁ ଅନୁମତି ଦେଇଛନ୍ତି ECI ।

ରାଜ୍ୟରେ ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ପାଇଁ ୮ ପ୍ରଶାସନିକ ଅଧିକାରୀଙ୍କୁ ନିର୍ବାଚନ ସଂକ୍ରାନ୍ତ କାର୍ଯ୍ୟରୁ ଦୂରେଇ ରଖିବାକୁ କିଛି ଦିନ ପୂର୍ବେ ନିର୍ବାଚନ କମିଶନ ରାଜ୍ୟ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେମାନଙ୍କ ମଧ୍ୟରେ କେନ୍ଦ୍ରାଞ୍ଚଳ ରେଞ୍ଜ ପୁଲିସ୍ ଆଇଜି ଆଶୀଷ ସିଂଙ୍କ ସମେତ ଜଗତସିଂହପୁର ଓ କଟକ ଜିଲ୍ଲାପାଳ ଏବଂ ୫ ପୁଲିସ ଏସପି ଥିଲେ ।

ଏହି ଖାଲି ଥିବା ପଦବୀ ମଧ୍ୟରୁ ୩ ଡିଏସ୍‌ପି ପଦବୀ ଆଜି ପୂରଣ ହୋଇଛି। ଏହି ୩ ଅଧିକାରୀଙ୍କୁ କଟକ, ଅନୁଗୁଳ ଓ ରାଉରକେଲା ଏସ୍‌ପି ଭାବେ ଦାୟିତ୍ୱ ମିଳିଛି। ପ୍ରକାଶ ଆର୍‌ଙ୍କୁ କଟକ ଡିସିପି ଭାବେ ନିଯୁକ୍ତି ମିଳିଥିବା ବେଳେ ବ୍ରିଜେଶ କୁମାର ରାୟ ହେଲେ ରାଉରକେଲାର ଏସପି। ଏଥିସହ ଉମାଶଙ୍କର ଦାଶଙ୍କୁ ମିଳିଛି ଅନୁଗୁଳ ଏସପି ଦାୟିତ୍ୱ । ଆଉ ଅବଶିଷ୍ଟ ୨ ଜିଲ୍ଲାପାଳ, ୩ ଏସ୍‌ପି ଓ କେନ୍ଦ୍ରାଞ୍ଚଳ ରେଞ୍ଜ ପୁଲିସ୍ ଆଇଜି ପଦବୀ ଫାଙ୍କା ଥିବା ବେଳେ ଉକ୍ତ ପଦବୀରେ ଖୁବ୍‌ ଶୀଘ୍ର ନିଯୁକ୍ତି ହେବ ବୋଲି ଜଣାଯାଇଛି।

Leave a Reply

Your email address will not be published. Required fields are marked *

Most Popular

Exit mobile version