Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ଖୋଲିବ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ୱେୟାର) : ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି ଏବଂ ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ସମୟରେ ବିଭିନ୍ନ କାରଣରୁ ଆଇନର ପରିସରକୁ ଆସୁଥିବା ଅନେକ ପିଲା ତଥା ସହାୟତା ଆବଶ୍ୟକତା କରୁଥିବା ପିଲାମାନଙ୍କ ପାଇଁ ଥାନା ଭିତରେ ସ୍ବତନ୍ତ୍ର ଅନୁକୂଳ ପରିବେଶର ଆବଶ୍ୟକତାକୁ ଅନୁଭବ କରି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।
ଏହିସବୁ ପୋଲିସ ଷ୍ଟେସନରେ ଶିଶୁ ମାନଙ୍କ ପାଇଁ ସ୍ବତନ୍ତ୍ର ସୁବିଧା କରାଯିବ। ଏହିସବୁ ଥାନାରେ ସ୍ବତନ୍ତ୍ର ଲୋଗୋ ଓ ଫଳକ ରହିବା ସହିତ ପିଲାଙ୍କ ପାଇଁ ଛୋଟ ପୁସ୍ତକାଗାର ମଧ୍ୟ କରାଯିବ । ଏଥିରେ ବିଭିନ୍ନ ରୁଚି ସଂପନ୍ନ ପୁସ୍ତକ, ପତ୍ରପତ୍ରିକା ଓ ସମ୍ବାଦପତ୍ର ରଖାଯିବ। ପିଲାମାନଙ୍କ ସୁବିଧା ପାଇଁ ବିଛଣା, ଚୌକି ଓ ଟେବୁଲ ମଧ୍ୟ ରଖାଯିବ। ଏହାସହିତ ଶିଶୁମାନଙ୍କ ଅଧିକାର ସଂପର୍କିତ ଫଳକ ଏବଂ ପୋଲିସ ପାଇଁ ‘କଣ କରିବେ ବା ନ କରିବେ’ ସେ ସଂପର୍କରେ ମଧ୍ୟ ସୂଚନା ଫଳକ ରହିବ। ଶିଶୁକଲ୍ୟାଣ ଅଧିକାରୀଙ୍କୁ ଯୋଗାଯୋଗ କରିବା ପାଇଁ ତାଙ୍କ ନାମ ଓ ଅନ୍ୟାନ୍ୟ ସୂଚନା ସଂପର୍କରେ ଏକ ସ୍ବତନ୍ତ୍ର ଫଳକ ରହିବ। ଏହାସହିତ ପିଲାଙ୍କ ପାଇଁ ଖେଳନା, ମଧ୍ୟ ରଖାଯିବ। ଥାନା ପରିସର ମଧ୍ୟରେ ଏକ ଶିଶୁ ଅନୁକୂଳ ପରିବେଶ ସୃଷ୍ଟି କରିବା ପାଇଁ କାନ୍ଥ ଗୁଡିକରେ ସୁନ୍ଦର ଚିତ୍ର ରହିବା ସହିତ ବିଭିନ୍ନ ଶିକ୍ଷଣୀୟ ବିଷୟ ସ୍ଥାନିତ ହେବ।

ସାଧାରଣ ଥାନା ଗୁଡିକ ଠାରୁ ଏହାର ପରିବେଶକୁ ସମ୍ପୂର୍ଣ୍ଣ ଭିନ୍ନ ଭାବରେ ଗଢ଼ା ଯିବା ଦ୍ବାରା ଥାନାକୁ ଯାଉଥିବା ଶିଶୁ ମାନଙ୍କ ମାନସିକ ଚାପ ହ୍ରାସ କରିବା ରେ ସହାୟକ ହେବବୋଲି ଆଶା କରାଯାଏ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top