Latest

ରାଜ୍ୟରେ ଆଜି ୩୪୨୭ କରୋନା ଆକ୍ରାନ୍ତ ଚିହ୍ନଟ, ଜୀବନ ଗଲା ୪୨

Posted on

ଭୁବନେଶ୍ୱର, (ଓଡ଼ିଶା ୱେୟାର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯୫୪ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୪୭୩ଟି ହେଉଛି ଲୋକାଲ୍ କେସ୍। ସେହିପରି ରାଜ୍ୟରେ ଆଉ ୪୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।
୩୪୨୭ ନୂଆ ଆକ୍ରାନ୍ତ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୫୩ ଜଣ ଥିବା ବେଳେ କଟକରୁ ୩୯୬, ଯାଜପୁରରୁ ୨୮୫ ଓବାଲେଶ୍ୱରରୁ ୨୬୧ ଜଣ ଚିହ୍ନଟ ହୋଇଛନ୍ତି।
ଅନୁଗୋଳ ଜିଲ୍ଲାରୁ ୧୩୮ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୫୨, ଭଦ୍ରକରୁ ୧୩୯, ବଲାଙ୍ଗିରରୁ ୪୦, ବୌଦ୍ଧରୁ ୩୧, ଦେବଗଡ଼ରୁ ୨୨, ଢେଙ୍କାନାଳରୁ ୭୮, ଗଜପତିରୁ ୨୭, ଗଂଜାମରୁ ୨୬, ଜଗତସିଂହପୁରରୁ ୧୦୮, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୪୧, କେନ୍ଦ୍ରାପଡ଼ାରୁ ୧୧୧, କେନ୍ଦୁଝରରୁ ୪୭, କୋରାପୁଟରୁ ୭୨, ମାଲକାନଗିରିରୁ ୩୮, ମୟୂରଭଂଜରୁ ୧୬୨, ନବରଙ୍ଗପୁରରୁ ୬୦, ନୟାଗଡ଼ରୁ ୧୪୨, ନୂଆପଡ଼ାରୁ ୨୦, ପୁରୀରୁ ୨୧୭, ରାୟଗଡ଼ାରୁ ୯୪, ସମ୍ବଲପୁରରୁ ୩୨, ସୁବର୍ଣ୍ଣପୁରରୁ ୩୦ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍ରୁ ୮୨ ଜଣ ଚିହ୍ନଟ ହୋଇଛନ୍ତି।

Leave a Reply

Your email address will not be published. Required fields are marked *

Most Popular

Exit mobile version