Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଅପହଞ୍ଚ ଇଲାକାରରେ ପହଞ୍ଚିବ 4G ସେବା

ନୂଆଦିଲ୍ଲୀ : ୫ଟି ରାଜ୍ୟର ଆକାଂକ୍ଷୀ ଜିଲ୍ଲାରେ ମୋବାଇଲ ସେବା ବୃଦ୍ଧି କରାଯିବ। ସେଥିରେ ଓଡ଼ିଶା ସହ ଅଛନ୍ତି ଆନ୍ଧ୍ର, ଛତିଶଗଡ଼, ଝାଡ଼ଖଣ୍ଡ ଓ ମହାରାଷ୍ଟ୍ର। ୪୪ଟି ଜିଲ୍ଲାର ୭ ହଜାର ୨୮୭ ଗାଁ ଯେଉଁଠି ମୋବାଇଲ ସେବା ନାହିଁ, ସେଠାରେ ଯୋଗାଇ ଦିଆଯିବ ଫୋର୍‌-ଜି ସେବା। ଏଥିଲାଗି ଖର୍ଚ୍ଚ ହେବ ୬ ହଜାର ୪୬୬ କୋଟି ଟଙ୍କା। ୟୁନିଭର୍ସଲ ସର୍ଭିସ ଓବ୍ଲିଗେସନ ଫଣ୍ଡ ଜରିଆରେ ଖର୍ଚ୍ଚ କରାଯିବ ବୋଲି କୁହାଯାଇଛି ।
ଏନେଇ ଆଜି କ୍ୟାବିନେଟ୍‌ ଏହାକୁ ମଂଜୁରୀ ପ୍ରଦାନ କରିଛନ୍ତି। ପ୍ରକଳ୍ପ ପାଇଁ ଚୁକ୍ତି ହେବାର ୧୮ ମାସ ଭିତରେ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଡିଜିଟାଲ ଯୋଗାଯୋଗ, ଦକ୍ଷତା ବୃଦ୍ଧି, ବିକାଶ, ଇ-ଗଭର୍ଣ୍ଣାନ୍‌ସ, ବିପର୍ଯ୍ୟୟ ପରିଚାଳନା ଆଦି ଦୃଷ୍ଟିରେ ରଖି ମୋବାଇଲ ସେବା ବୃଦ୍ଧି ଲାଗି ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତି ଦ୍ୱାରା ୧୦ ଟି ଆକାଂକ୍ଷୀ ଜିଲ୍ଲାର ୩ ହଜାର ୯୩୩ ଗାଁରେ ହାଇସ୍ପିଡ୍‌ ମୋବାଇଲ ଏବଂ ଇଣ୍ଟରନେଟର ସଂଯୋଗୀକରଣ ହେବ ବୋଲି କହିଛନ୍ତି ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top