Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ତିଆରି ହେବ ୫୫ଟି ନୂଆ ବସ୍‌ଷ୍ଟାଣ୍ଡ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,(ଓଡ଼ିଶା ୱେୟାର) : ଯାତ୍ରୀଙ୍କ ଗମନାଗମନକୁ ସୁବିଧା ପାଇଁ ୨୨ଜିଲ୍ଲାରେ ନୂଆ ବସ୍‌ଷ୍ଟାଣ୍ଡ ନିର୍ମାଣ କରିବା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୨ ଜିଲ୍ଲାରେ ହେବାକୁ ଥିବା ନୂଆ ବସ୍‌ଷ୍ଟାଣ୍ଡ ଜିଲ୍ଲା ମୁଖ୍ୟାଳୟ ସମେତ ଆର୍ଥିକ କାରବାର ତଥା ପର୍ଯ୍ୟଟନ କ୍ଷେତ୍ରଗୁଡିକ ପାଇଁ ବେଶ ସହାୟକ ହେବ । ରାଜ୍ୟର ୨୨ ଜିଲ୍ଲାର ପ୍ରାୟ ସମସ୍ତ ବ୍ଲକକୁ ବସ୍‌ ସଂଯୋଗ କରାଇବା ଉଦ୍ଦେଶ୍ୟରେ ଏଭଳି ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଗ୍ରାମାଞ୍ଚଳକୁ ସମସ୍ତ ପ୍ରକାର ସଂଯୋଗ ତଥା ସୁବିଧାସୁଯୋଗ ଯୋଗାଇଦେବା ରାଜ୍ୟ ସରକାରଙ୍କ ପ୍ରାଥମିକତା ରହିଆସିଛି । ନୂଆ ବସ୍‌ଷ୍ଟାଣ୍ଡ ହେଲେ ଗ୍ରାମାଞ୍ଚଳର ଲୋକମାନେ ଅନେକ ମାତ୍ରାରେ ଉପକୃତ ହେବେ ।’
ସମଗ୍ର ଓଡିଶାକୁ ସଂଯୋଗ କରିବା ପାଇଁ ରାଜ୍ୟ ସଡକ ପରିବହନ ବିଭାଗ ପକ୍ଷରୁ ପ୍ରୟାସ ଜାରିରହିଛି । ରାଜ୍ୟର କୋଣ ଅନୁକୋଣକୁ ବସ୍‌ ସଂଯୋଗ ତଥା ଅନ୍ୟାନ୍ୟ ସୁବିଧାସୁଯୋଗ ଯୋଗାଇ ଦେବାକୁ ‘OSRTC ପକ୍ଷରୁ କମ୍ୟୁନିକେସନ ନେଟଓ୍ବର୍କକୁ ଆହୁରି ମଜବୁତ କରିବା ପାଇଁ ଉଦ୍ୟମ ଜାରି ରହିଛି’ ।
ଏହା ସହିତ ରାଜ୍ୟରେ ଜାରି ରହିଥିବା ବିକାଶମୂଳକ କାର୍ଯ୍ୟ ତଥା ଲୋକାଭିମୁଖି କାର୍ଯ୍ୟକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆହୁରି ଅନେକ ସୁବିଧାସୁଯୋଗ ଯୋଗାଇଦେବା ତଥା ଅର୍ଥନୈତିକ କାରବାର ପାଇଁ ସୁବିଧା ଚାହୁଁଥିବା ବ୍ୟକ୍ତିମାନଙ୍କ ପାଇଁ ନୂଆ ବସ୍‌ଷ୍ଟାଣ୍ଡ ବେଶ୍‌ ସହାୟକ ହେବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top