Latest

ଗତ ୨୪ ଘଣ୍ଟାରେ ୫୫୬ କରୋନା ପଜିଟିଭ୍

Posted on

ଭୁବନେଶ୍ବର,(ଓଡ଼ିଶା ୱେୟାର) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୫୬ କରୋନା ପଜିଟିଭ । ଆଉ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭି ରେଟ୍‌ ରହିଛି ୦.୯୭ ପ୍ରତିଶତ । ଚିନ୍ତା ବଢାଉଛି ଖୋର୍ଦ୍ଧା। କେବଳ ଖୋର୍ଦ୍ଧାରୁ ୩୦୫ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଯାହାକି ମୋଟ ଆକ୍ରାନ୍ତଙ୍କ ୫୪.୮୫ ପ୍ରତିଶତ । ୫୫୬ ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୮୭ ଜଣ । ୨୪ ଘଣ୍ଟାରେ ୫୭ ହଜାର ୨୬ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୪ ହଜାର ୮୪୬।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୧୦ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୭ ଜଣ, କଟକରୁ ୪୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୩୦୫ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୧୫ ଜଣ, ପୁରୀରୁ ୧୨ ଜଣ, ସମ୍ୱଲପୁରରୁ ୧୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ ଜଣ ଓ ଷ୍ଟେଟ ପୁଲରୁ ୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୫ ହଜାର ୯୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୨ ହଜାର ୭୮୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୮୪୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସୂଚନା ଥାଉକି, ଗତକାଲି ରାଜ୍ୟରେ ୩୪୦ କରୋନା ପଜିଟିଭ ହୋଇଥିଲେ । ଆଉ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିଲା। ସେହିପରି ଗତକାଲି ପଜିଟିଭି ରେଟ୍‌ ରହିଥିଲା ୦.୫୯ ପ୍ରତିଶତ । ଏଥିସହିତ କେବଳ ଖୋର୍ଦ୍ଧାରୁ ୧୪୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଥିଲେ । ଯାହାକି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩.୮୨ ପ୍ରତିଶତ ରହିଥିଲା ।

Leave a Reply

Your email address will not be published. Required fields are marked *

Most Popular

Exit mobile version