Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ନୂଆ ପଦବୀରେ ନିଯୁକ୍ତି ପାଇଲେ ୮ ଆଇଏଏସ

ଭୁବନେଶ୍ୱର:ପ୍ରଶିକ୍ଷଣରୁ ଫେରି ନିଯୁକ୍ତି ଅପେକ୍ଷାରେ ଥିବା ୨୦୧୫ ଓ ୨୦୧୬ ବ୍ୟାଚର ଆଇଏଏସ ଅଫିସରମାନଙ୍କୁ ଆଜି ରାଜ୍ୟ ସରକାର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ କରିଛନ୍ତି।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ୨୦୧୫ ବ୍ୟାଚ୍ ଆଇଏଏସ ଆବୋଲି ସୁନୀଲ ନରଭାଣେଙ୍କୁ ମୟୂରଭଞ୍ଜ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି।ସେ ମୟୂରଭଞ୍ଜ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ।
ସେହିପରି ଆଇଏଏସ ଅବଦଲ ଅଖତରଙ୍କୁ କୋରାପୁଟ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ଆଇଏଏସ ଏସ୍ . କ୍ରିଷ୍ଣନ କେପିଙ୍କୁ ପାଟଣାଗଡ଼ ଉପଜିଲ୍ଲାପାଳ, ଅମ୍ରିତ ରୁତୁରାଜଙ୍କୁ ରାୟଗଡ଼ା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି।
ସେହିପରି ୨୦୧୬ ବ୍ୟାଚ ଆଇଏଏସ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ବାରିପଦା ଉପଜିଲ୍ଲାପାଳ, ଆଇଏଏସ ବିଶାଳ ସିଂଙ୍କୁ ନୀଳଗିରି ଉପଜିଲ୍ଲାପାଳ,ଆଇଏଏସ ବିଏସ୍ ବାଲିରାମଙ୍କୁ ଗୁଣୁପୁର ଉପଜିଲ୍ଲାପାଳ ଓ ଆଇଏଏସ ଶିନ୍ଦେ ଦତାତ୍ରେୟ ଭାଉସାହେବଙ୍କୁ ବାଲିଗୁଡ଼ା ଉପଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top