Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ପ୍ରଶାସନିକସ୍ତରରେ ଅଦଳବଦଳ, ବଦଳିଲେ ୮ ଜିଲ୍ଲାପାଳ

ଭୁବନେଶ୍ୱର : ରାଜ୍ୟ ସରକାର ଆଜି ପ୍ରଶାସନିକସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ କଟକ, ପୁରୀ, ବୌଦ୍ଧ, ଦେବଗଡ଼, କେନ୍ଦ୍ରାପଡ଼ା, ସୁବର୍ଣ୍ଣପୁର,କଳାହାଣ୍ଡି ଓ ଗଞ୍ଜାମ ଜିଲ୍ଲାର ଜିଲ୍ଲାପାଳଙ୍କୁ ପରିବର୍ତନ କରାଯାଇଛି । ଏହା ସହିତ ମୋଟ ୨୩ଜଣ ଅଫିସରଙ୍କୁ ଅଦଳବଦଳ କରାଯାଇଛି ।

ବିଜ୍ଞପ୍ତି ଅନୁସାରେ ଡି.ଭି.ସ୍ୱାମୀଙ୍କୁ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ସିଇଓ, ଏସ୍.ଏନ୍.ଗିରିଶଙ୍କୁ ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ, ମହେନ୍ଦ୍ର କୁମାର ମଲ୍ଲିକଙ୍କୁ ସମ୍ବଲପୁର ଆରଡିସି ଓ ଅତିରିକ୍ତ ଦାୟିତ୍ୱ ଭାବେ କେନ୍ଦ୍ରାଂଚଳ ଆରଡିସି, ଶ୍ରୀକାନ୍ତ ପୃଷ୍ଟିଙ୍କୁ ବୟନଶିଳ୍ପ ଓ ହସ୍ତତନ୍ତ ବିଭାଗର ଅତିରିକ୍ତ ସଚିବ, ମତ୍ସ୍ୟ ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ସେନାପତିଙ୍କୁ  ଅତିରିକ୍ତ ଭାବେ ପଶୁପାଳନ ଓ ମତ୍ସ୍ୟ ସମ୍ପଦ ନିର୍ଦ୍ଦେଶକ ଦାୟିତ୍ୱ ଏମ୍.ମୁଥୁକୁମାରଙ୍କୁ କୃଷି ନିର୍ଦ୍ଦେଶକ ସହ ଉଦ୍ୟାନକୃଷି ନିର୍ଦ୍ଦେଶକର ଅତିରିକ୍ତ ଦାୟିତ୍ୱ, ବିଜୟ କେତନ ଉପାଧ୍ୟାୟଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଯୁଗ୍ମ ସଚିବ, ଅଞ୍ଜନ କୁମାର ମାଣିକଙ୍କୁ ଶ୍ରମ କମିଶନର ଭାବେ ବଦଳି କରାଯାଇଛି । ସେହିପରି ଗଞ୍ଜାମ ଜିଲ୍ଲାପାଳ ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ପଂଚାୟତିରାଜ ବିଭାଗର ସ୍ୱତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ, କେନ୍ଦ୍ରାପଡ଼ା ଜିଳ୍ଲାପାଳ ଜି.ରେଘୁଙ୍କୁ ଜଳସମ୍ପଦ ବିଭାଗର ଉପସଚିବ ଭାବେ ଅବସ୍ଥାପିତ କରାଯାଇଛି । ପର୍ଯ୍ୟଟନ ନିର୍ଦ୍ଦେଶକ ନୀତିନ ଜାୱଲେଙ୍କୁ  ଶିଳ୍ପ ବିଭାଗର ଅତିରିକ୍ତ ସଚିବ ଓ  ପାଟିଲ ରାଜେଶ ପ୍ରଭାକରଙ୍କୁ ପର୍ଯ୍ୟଟନ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି ।

ସେହିପରିପୁରୀ ଜିଲ୍ଲାପାଳ ଅରବିନ୍ଦ ଅଗ୍ରୱାଲଙ୍କୁ କଟକ ଜିଲ୍ଲାପାଳ ଭାବେ ଓ  କଟକରେ ଥିବା ସୁଶାନ୍ତ ମହାପାତ୍ରଙ୍କୁ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ପୁରୀ ଜିଲ୍ଲାପାଳ ଭାବେ ଜ୍ୟୋତିପ୍ରକାଶ ଦାସ, ବୌଦ୍ଧ ଜିଲ୍ଲାପାଳ ଭାବେ ସୀତାଂଶୁ କୁମାର ରାଉତ,  ଗଞ୍ଜାମ ଜିଲ୍ଲାପାଳ ଭାବେ କୁଲଙ୍ଗା ବିଜୟ ଅମୃତ, କଳାହାଣ୍ଡି ଜିଲ୍ଲାପାଳ ଭାବେ ଡଃ ଗାଭିଲ୍ ପରାଗ ହର୍ଷଦ, ଦେବଗଡ଼ ଜିଲ୍ଲାପାଳ ଭାବେ ସୁଧାଂଶୁମୋହନ ସାମଲ, ସୁବର୍ଣ୍ଣପୁର ଜିଳ୍ଲାପାଳ ଭାବେ ମଧୁସୂଦନ , କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ଦାଶରଥୀ ଶତପଥୀଙ୍କୁ ବଦଳି କରାଯାଇଛି ।  ସେହିପରି ଓ ନୀଳଗିରି ଉପଜିଲ୍ଲାପାଳ ଆବୋଲି ସୁନୀଲ ନର୍ଭାଣେଙ୍କୁ ନୀଳଗିରି ଆଇଟିଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top