Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପୁରୀ ଶ୍ରୀମନ୍ଦିରରେ ଆସନ୍ତାକାଲିଠାରୁ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ

ପୁରୀ (ଓଡ଼ିଶା ୱେୟାର) : ପୁରୀ ଶ୍ରୀମନ୍ଦିରରେ ଆସନ୍ତାକାଲିଠାରୁ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ ହେବ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪ଟାରେ ଦ୍ଵାରଫିଟା, ତାପରେ ମଙ୍ଗଳାଆରତୀ, ମଇଲମ, ତଡ଼ପଲାଗି, ଅବକାଶ ପରେ ରାଧା ଦାମୋଦର ବେଶ, ଗୋପାଳବଲ୍ଲଭ, ସକାଳଧୂପ,ବାଳଧୂପ, ଭୋଗମଣ୍ଡପ, ମଧ୍ୟାହ୍ନ ଧୂପ ହେବ । ଦ୍ଵିତୀୟ ଭୋଗମଣ୍ଡପ ପରେ ଦିବା ପହୁଡ଼ ଓ ସନ୍ଧ୍ୟା ଆରତୀ, ସନ୍ଧ୍ୟା ଧୂପ, ବଡ଼ସିଂହାର ବେଶ ନୀତି କରାଯିବ ।

ସେପଟେ ନଭେମ୍ବର ୧୨ ସୋମବାରରେ ଅବକାଶ ପରେ ମହାପ୍ରଭୁଙ୍କ ହରିହର ବେଶ, ନଭେମ୍ବର ୧୯ରେ ଠିଆକିଆ ବା ଲକ୍ଷ୍ମୀ ନାରାୟଣ ବେଶ ଓ ହରି ଉତ୍ଥାପନ ନୀତି, ନଭେମ୍ବର ୨୦ରେ ବାଙ୍କଚୂଡ଼ ବା ବାମନ ବେଶ ଓ ଗରୁଡ଼ ଉତ୍ଥାପନ ନୀତି ହେବ । ସେହିପରି ନଭେମ୍ବର ୨୧ରେ ଆଡ଼ିକିଆ ବା ତ୍ରିବିକ୍ରମ ବେଶ, ନଭେମ୍ବର ୨୨ରେ ଡାଳିକିଆ ବା ଲକ୍ଷ୍ମୀ ନୃସିଂହ ବେଶ, ନଭେମ୍ବର ୨୩ରେ ମହାପ୍ରଭୁଙ୍କ ରାଜାଧିରାଜ ବେଶ ଅନୁଷ୍ଠିତ ହେବ । କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ୮ ପ୍ଲାଟୁନ ପୋଲିସ ଫୋର୍ସ ସହ ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିର ଭିତରେ ଓ ବାହାରେ ପୋଲିସ ମୁତୟନ ରହିବେ । ଛୁଟିଦିନ ଓ ବିଶେଷ ଦିନରେ ଗହଳିକୁ ଦୃଷ୍ଟିରେ ରଖି ଅତିରିକ୍ତ ପୋଲିସ ବ୍ୟବସ୍ଥା କରାଯିବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top