Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୨୪ ଘଣ୍ଟାରେ ୫୪୯ କରୋନା ପଜିଟିଭ୍‌

ଭୁବନେଶ୍ବର (ଓଡ଼ିଶା ୱେୟାର) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୪୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିନ୍ତା ବଢାଉଛି ଖୋର୍ଦ୍ଧା । କେବଳ ଖୋର୍ଦ୍ଧାରୁ ୨୯୬ ନୂଆ କେସ୍‌ ରହିଛି । ଯାହା ମୋଟ ଆକ୍ରାନ୍ତଙ୍କ ୫୪ ପ୍ରତିଶତ । ଖୋର୍ଦ୍ଧାରେ ଗତକାଲି ୨୦୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଛନ୍ତି ୨୯୬। ଅର୍ଥାତ ଖୋର୍ଦ୍ଧା ଜିଲ୍ଲାରେ ୪୩ ପ୍ରତିଶତ ବୃଦ୍ଧି ହୋଇଛି।

ଆଜି ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭ ରେଟ୍‌ ରହିଛି ୦.୭୬ ପ୍ରତିଶତ । ୫୪୯ ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୭୦ ଜଣ । ୨୪ ଘଣ୍ଟାରେ ୭୨ ହଜାର ୯୧ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୪ ହଜାର ୬୭୩ ।

ସୂଚନା ଥାଉକି, ଗତକାଲି ରାଜ୍ୟରେ ୪୩୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। କେବଳ ଖୋର୍ଦ୍ଧାରୁ ୨୦୭ ନୂଆ କେସ୍‌ ରହିଥିଲା। ଯାହା ମୋଟ ଆକ୍ରାନ୍ତଙ୍କ ୪୭.୮୦ ପ୍ରତିଶତ । ଏହାସହିତ ଆଉ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିଲା । ଗତକାଲି ପଜିଟିଭ ରେଟ୍‌ ରହିଥିଲା ୦.୬୯ ପ୍ରତିଶତ । ୪୩୩ ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ରହିଥିଲେ ୬୪ ଜଣ । ଗତକାଲି ୨୪ ଘଣ୍ଟାରେ ୬୧ ହଜାର ୯୩୫ କୋଭିଡ ଟେଷ୍ଟିଂ ହୋଇଥିଲା ।

ସେହପରି ଗତ ସୋମବାର ୪୨୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। କେବଳ ଖୋର୍ଦ୍ଧାରୁ ୨୧୧ ନୂଆ କେସ୍‌ ରହିଥିଲା। ଆଉ ୩କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିଲା । ଗତକାଲି ପଜିଟିଭିଟି ରେଟ୍‌ ରହିଥିଲା ୦.୬୫ ପ୍ରତିଶତ ।

୪୨୫ ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଥିଲେ ୭୧ ଜଣ । ୨୪ ଘଣ୍ଟାରେ ୬୪ହଜାର ୭୦୯ କୋଭିଡ ଟେଷ୍ଟିଂ ହୋଇଥିଲା। ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଥିଲା ୪ ହଜାର ୫୫୪ । ମଲ୍‌ ଓ ମାର୍କେଟରେ କରୋନା ଗାଇଡ୍‌ଲାଇନ୍‌ ଠିକ୍‌ ଭାବେ ପାଳନ ହେଉନଥିବାରୁ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ପାର୍ବଣରେ ସତର୍କ ରହିବା ପାଇଁ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଚଠି ଲେଖିଥିଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top