କଟକ ,(ଓଡ଼ିଶା ୱେୟାର) : ଓଡିଶା ହାଇକୋର୍ଟରେ ନିଯୁକ୍ତ ହେଲେ ଆଉ ଜଣେ ନୂଆ ବିଚାରପତି । ଆଦିତ୍ୟ କୁମାର ମହାପାତ୍ର ହେଲେ ହାଇକୋର୍ଟ ବିଚାରପତି । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅନୁମୋଦନ ପରେ ଏ ନେଇ ବିଜ୍ଞପ୍ତି ପ୍ରକାଶିତ ହୋଇଛି । କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।
ହାଇକୋର୍ଟ ଜଜ୍ ପାଇଁ ଆଦିତ୍ୟଙ୍କ ନାମକୁ ପ୍ରସ୍ତାବ ଦେଇଥିଲେ ସୁପ୍ରିମକୋର୍ଟ କଲେଜିୟମ । ବିଚାରପତି ଭାବେ ଆଇନଜୀବୀ ଆଦିତ୍ୟ କୁମାର ମହାପାତ୍ର ଖୁବଶୀଘ୍ର ଯୋଗ ଦେବେ ବୋଲି ଆଶା କରାଯାଉଛି । ନିକଟରେ ଜଷ୍ଟିସ ମୃଗାଙ୍ଗ ଶେଖର ସାହୁ, ଜଷ୍ଟିସ ରାଧାକୃଷ୍ଣ ପଟ୍ଟନାୟକ ଓ ଜଷ୍ଟିସ ଶଶିକାନ୍ତ ମିଶ୍ର ହାଇକୋର୍ଟ ଜଜ ଭାବେ ଶପଥ ଗ୍ରହଣ କରିଥିଲେ । ଏହି ନୂଆ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୮ ରେ ପହଞ୍ଚିଛି ।
ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...