Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୨୪ ଘଣ୍ଟାରେ ୩୧୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର,(ଓଡ଼ିଶା ୱେୟାର): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୮ ଜଣ କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୩୧ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଗଜପତିରୁ ୨ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୬ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୧୩୯ ଜଣ, କୋରାପୁଟରୁ ୫ ଜଣ, ମାଲକାନଗିରିରୁ ୪ ଜଣ, ମୟୂରଭଞ୍ଜରୁ ୪ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୯ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୨୧ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୩ ହଜାର ୪୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୧ ହଜାର ୮୫୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩ ହଜାର ୨୦୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top