Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବରଗଡ଼ବାସୀଙ୍କୁ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼, (ଓଡ଼ିଶା ୱେୟାର) : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଲ୍ଲାବାସୀଙ୍କୁ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ଦ୍ୱାରା ଉପକୃତ ହେବେ ଜିଲ୍ଲାର ପ୍ରାୟ ୪ ଲକ୍ଷ ହିତାଧିକାରୀ । ବରଗଡ଼ରେ ପ୍ରାୟ ୩୦୦ କୋଟିର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ସହ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେପୁର ନିର୍ବାଚନ ମଣ୍ଡଳୀର ୭୧ଟି 5T ରୂପାନ୍ତରଣ ହାଇସ୍କୁଲର ଶୁଭ ଉଦ୍‌ଘାଟନ କଲେ ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଗଙ୍ଗାଧର ମେହେରଙ୍କ ପୂଣ୍ୟଭୂମି ବିଜେପୁରକୁ ଆସି ମୁଁ ବହୁତ ଖୁସି। ବରଗଡ଼ ଜିଲ୍ଲା ଓଡ଼ିଶାର ଭାତହାଣ୍ଡି । ଜିଲ୍ଲାର ଚାଷୀ ଓ ବୁଣାକାର ଭାଇଭଉଣୀଙ୍କୁ ପ୍ରଣାମ। ରାଜ୍ୟରେ BSKY ସ୍ମାର୍ଟକାର୍ଡ ଗରିବ ଲୋକଙ୍କର ଦୁଃଖକୁ କମାଇବ। ଆଜିଠୁ ବରଗଡ଼ରେ କ୍ୟାନସର ହସ୍ପିଟାଲ କାର୍ଯ୍ୟ ଆରମ୍ଭ । ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୁସ୍ଥ ରହି ରାଜ୍ୟ ବିକାଶରେ ସହଭାଗୀ ହୁଅନ୍ତୁ । କେହି ଅର୍ଥ ଯୋଗୁ ସ୍ୱାସ୍ଥ୍ୟ ସୁବିଧାରୁ ବଞ୍ଚିତ ନହୁଅନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସ୍ୱାସ୍ଥ୍ୟ ପାଇଁ ରଖିଥିବା ଅର୍ଥ ଅନ୍ୟ କାମରେ ବିନିଯୋଗ କରନ୍ତୁ । ରାଜ୍ୟର ୯୬ ଲକ୍ଷ ପରିବାରକୁ ମିଳିବ ସ୍ମାର୍ଟକାର୍ଡ । କାର୍ଡରେ ମହିଳାଙ୍କ ପାଇଁ ୧୦ ଲକ୍ଷ ଓ ପୁରୁଷଙ୍କ ପାଇଁ ୫ ଲକ୍ଷର ବ୍ୟବସ୍ଥା ରହିଛି । ଏଭଳି ସ୍ୱାସ୍ଥ୍ୟ ସୁବିଧା ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top