Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ସେନା ମୁଖ୍ୟ ବିପିନ୍‌ ରାୱତଙ୍କ ପରଲୋକ

ଚେନ୍ନାଇ: ବାୟୁସେନାର MI 17V 5 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଥିଲା । ମିଳିଥିବା ଆହତ କିମ୍ବା ମୃତ ଶରୀର ଗୁଡିକର ପ୍ରାୟ ଅଶୀ ପ୍ରତିଶତ ପୋଡ଼ି ଯାଇଥିବା ନେଇ ସୂଚନା ମିଳିଥିଲା । ଚିକିତ୍ସା ପାଇଁ ଆହତ ମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଏହି ହେଲିକପ୍ଟରରେ ସିଡିଏସ ବିପିନ୍‌ ରାୱତଙ୍କ ସମେତ ୪ ଜଣ ବରିଷ୍ଠ ସେନା ଅଧିକାରୀ ଥିବା ସୂଚନା ମିଳିଥିଲା । ସିଡିଏସ ବିପିନ ରାବତ ମୃତ୍ୟୁ ନେଇ ସ୍ପଷ୍ଟ କଲା ବାୟୁସେନା । ବିପିନଙ୍କ ପତ୍ନୀ ମଧୁଲିକାଙ୍କର ବି ଏହି ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଆଜି ଅପରାହ୍ନ ସମୟରେ ତାମିଲନାଡୁ କୁନ୍ନୁରରେ ଏକ ଆର୍ମି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ଘଟଣାରେ ପ୍ରଥମେ ୪ ଜଣ ପରେ ୧୧ ଜଣ ଓ ତା ପରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ଖବର ଆସିଥିଲା | କିଛି ସମୟ ତଳେ ସିଡ଼ିଏସ ବିପିନ ରାବତଙ୍କ ମୃତ୍ୟୁ ହୋଇଥିବା ନେଇ ସ୍ପଷ୍ଟ ହୋଇଛି । ହେଲିକପ୍ଟର ସିଡିଏସ ଓ ତାଙ୍କ ପତ୍ନୀ ମଧୁଲିକାଙ୍କ ସମେତ ପରିବାର ଲୋକଙ୍କ ସମେତ ୧୪ ଜଣ ସଦସ୍ୟ ଥିଲେ । ପ୍ରଥମେ ବିପିନଙ୍କ ସମେତ ଚାରି ଜଣ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।
ଏହି ହେଲିକପ୍ଟରରେ ସିଡିଏସ ବିପିନ୍‌ ରାୱତଙ୍କ ସମେତ ୪ ଜଣ ବରିଷ୍ଠ ସେନା ଅଧିକାରୀ ଥିବା ସୂଚନା ମିଳିଥିଲା । ମୃତକଙ୍କ ସଠିକ ପରିଚୟ ପାଇବା ପାଇଁ ଶରୀରର ଅବଶେଷକୁ ଡିଏନଏ ଟେଷ୍ଟ ପାଇଁ ପଠାଯାଇଥିଲା । ୱେଲିଙ୍ଗଟନସ୍ଥିତ ଆର୍ମି ହସ୍ପିଟାଲରେ ଗ୍ରୁପ କ୍ୟାପଟେନ ବରୁଣ ସିଂହ ଚିକିତ୍ସାଧିନ ଅଛନ୍ତି । ରାୱତଙ୍କ ମୃତ୍ୟୁ ଖବର ସ୍ପଷ୍ଟ ହେବା ପରେ ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟ ଜରିଆରେ କହିଛନ୍ତିକି “ସେ ଜଣେ ସଚ୍ଚା ଦେଶପ୍ରେମୀ ଥିଲେ” ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top