ଭୁବନେଶ୍ୱର,(ଓଡ଼ିଶା ୱେୟାର) : ଗତ ୨୪ ଘଣ୍ଟାରେ ୧୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୪୦୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୭୨ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୩୯୨୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୨୮୩୮୧୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।