Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସାଂଘାତିକ ହେଲାଣି କରୋନା ସ୍ଥିତି ! ଅକ୍ସିଜେନ୍-ହସ୍ପିଟାଲ ପ୍ରସ୍ତୁତ ପାଇଁ କେନ୍ଦ୍ରର ନିର୍ଦ୍ଦେଶ

ନୂଆଦିଲ୍ଲୀ: ଦେଶର ସାଂଘାତିକ ହେଲାଣି କୋଭିଡ ସ୍ଥିତି । ଏହାର ମୁକାବିଲା ପାଇଁ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ କେନ୍ଦ୍ର ସରକାର ଲେଖିଛନ୍ତି ଚିଠି । ପର୍ଯ୍ୟାପ୍ତ ଅକ୍ସିଜେନ ବ୍ୟବସ୍ଥା କରିବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଏହି ଚିଠିରେ ଉଲ୍ଲେଖ କରିଛନ୍ତି । ୪୮ ଘଣ୍ଟାର ଅକ୍ସିଜେନ ବଫର୍ ଷ୍ଟକ ରଖିବାକୁ ସବୁ ରାଜ୍ୟ ସରକାରଙ୍କୁ ଚିଠି ଲେଖି ଜଣାଇଛନ୍ତି ରାଜେଶ ।
ତରଳ ଅକ୍ସିଜେନ ଯେମିତି ନିରବଚ୍ଛିନ୍ନ ଭାବେ ଯୋଗାଣ ହୋଇପାରିବ, ତାର ବ୍ୟବସ୍ଥା କରାଯାଉ ବୋଲି ସେ କହିଛନ୍ତି । ଏହାସହ ସବୁ ଡାକ୍ତରଖାନାରେ ପର୍ଯ୍ୟାପ୍ତ ପରିମାଣରେ ଅକ୍ସିଜେନ ରଖନ୍ତୁ । ସବୁ ଜିଲ୍ଲାରେ ଅକ୍ସିଜେନ କନ୍‌ସେଣ୍ଟେଟର୍ ବ୍ୟବସ୍ଥା କରାଯାଉ । ଉଚ୍ଚସ୍ତରୀୟ ହସ୍ପିଟାଲରେ ଜୀବନ ରକ୍ଷାକାରୀ ଉପକରଣ ପ୍ରସ୍ତୁତ କରନ୍ତୁ । ବିଶୋଧନର ନିୟମ ପାଳନ କରି ନିୟମିତ ଭାବେ ଅକ୍ସିଜେନ ସିଲିଣ୍ଡର ଡେଲିଭରି କରାଯାଉ । ଏନେଇ ପ୍ରାଇଭେଟ ସଂସ୍ଥାଗୁଡ଼ିକ ସହିତ ମଧ୍ୟ ଉତ୍ତମ ଯୋଗାଯୋଗ କରିବାକୁ କହିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ । ଅକ୍ସିଜେନ ଯୋଗାଣ ନେଇ ସମ୍ଭାବ୍ୟ ଚ୍ୟାଲେଞ୍ଜର ସମ୍ମୁଖୀନ ହେବା ପାଇଁ ଅକ୍ସିଜେନ କଣ୍ଟ୍ରୋଲ ରୁମ୍‌କୁ ପୁଣି ଥରେ କାଯର୍ୟକ୍ଷମ କରିବାକୁ ପରାମର୍ଶ ଦେଇଛନ୍ତି ରାଜେଶ ଭୂଷଣ ।
ଅନ୍ୟପଟେ ଦେଶରେ ଆଜି ପୁଣି ୨ ଲକ୍ଷ ମୁହାଁ ଦୈନିକ ସଂକ୍ରମଣ । ଦେଶରେ ଦିନକରେ ୧ ଲକ୍ଷ ୯୪ ହଜାର ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ଠାରୁ ଆଜି ୨୬ ହଜାର ୬୫୭ ଅଧତ୍କ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦୈନିକ ପଜିଟିଭିଟି ହାର ୧୧ ଦଶମିକ ୦୫ ପ୍ରତିଶତ ରହିଛି ଦେଶରେ ଦିନକରେ ୪୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହ ମୋଟ ମୃତ୍ୟୁସଂଖ୍ୟା ୪ ଲକ୍ଷ ୮୪ ହଜାର ୬୫୫କୁ ବୃଦ୍ଧି ପାଇଛି ।
ସେହିଭଳି ରାଜ୍ୟରେ କରୋନା ମାଡ଼ୁଛି, ଭୟ ବଢ଼ୁଛି । ରାଜ୍ୟରେ ଆଜି ୮ ହଜାର ଟପିଛି ଦୈନିକ ସଂକ୍ରମଣ । ଦିନକରେ ୮ ହଜାର ୭୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୫ ହଜାର ୯୬ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୩ ହଜାର ୬୮୨ ରହିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୯୨ ଜଣ ଅଛନ୍ତି । ସେହିପରି ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୦ ଲକ୍ଷ ୯୧ ହଜାର ୫୪୭କୁ ବୃଦ୍ଧି ପାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top