ପୁରୀ (ଓଡ଼ିଶା ୱେୟାର) : ଶ୍ରୀଜୀଉଙ୍କୁ ଶ୍ରୀମନ୍ଦିରରେ ଦର୍ଶନ କଲେ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅପରାହ୍ନ ୨ଟା ୩୦ରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ ସେଠାରୁ ସିଧାସଳଖ ପୁରୀ ଅଭିମୁଖେ ବାହାରି ଯାଇଥିଲେ । ୩ଟା ୫ରେ ପୁରୀ ହେଲିପ୍ଯାଡ଼୍ରେ ପହଞ୍ଚତ୍ବା ପରେ ରାଜଭବନକୁ ଯାଇଥିଲେ ସଂଧ୍ୟା ୫ଟାରୁ ୫ଟା ୪୫ ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ଦୃଷ୍ଟିରୁ ୪୦ପ୍ଲାଟୁନ ଫୋର୍ସ ଓ ୨ଶହ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । ଦୁଇଦିନିଆ ଗସ୍ତ କାର୍ଯ୍ଯକ୍ରମରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜଭବନରେ ରାତ୍ରୀଯାପନ କରିବେ ସେପଟେ ରାଷ୍ଟ୍ରପତିଙ୍କ ସହ ଆସିଥିବା ୪୦ ଜଣ ଅତିଥି ଘରୋଇ ହୋଟେଲରେ ରହିଛନ୍ତି । ଅଫିସିଆଲ୍ କର୍ମକର୍ତ୍ତା ସର୍କିଟ ହାଉସ୍ ଓ ପାନ୍ଥନିବାସରେ ରହିବା ପାଇଁ ବ୍ଯବସ୍ଥା କରାଯାଇଛି । ୨୦ ତାରିଖ ପୂର୍ବାହ୍ନ ୧୧ଟାରେ ଶରଧାବାଲିରେ ଆୟୋଜିତ ତ୍ରିବର୍ଷିୟ ଶ୍ରୀଚୈତନ୍ଯ ଗୌଡିୟ ମଠର ପ୍ରତିଷ୍ଠାତା ଶ୍ରୀଲ ପ୍ରଭୁପାଦଙ୍କ ୧୫୦ତମ ଜୟନ୍ତୀ କାର୍ଯ୍ଯକ୍ରମକୁ ଉଦଘାଟନ କରିବେ ରାଷ୍ଟ୍ରପତି ।
ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...