Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଡହଡହ ଖରାରେ ସିଝୁଛି ଓଡ଼ିଶା: ସାଢ଼େ ୮ଟା ସୁଦ୍ଧା ୩୨ ଡିଗ୍ରୀ ଟପିଲା ପାରଦ

ଡହଡହ ଖରାରେ ସିଝୁଛି ଓଡ଼ିଶା । ଅସହ୍ୟ ଗରମ ଓ ଖରାରେ ଅସ୍ତବ୍ୟସ୍ତ ହୋଇପଡ଼ିଲେଣି ରାଜ୍ୟବାସୀ । ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକରର ହୋଇପଡ଼ୁଛି। ଆଜି ସକାଳ ୮ଟା ୩୦ ସୁଦ୍ଧା ୩୨ ଡିଗ୍ରୀ ଟପିଛି ପାରଦ। କେନ୍ଦୁଝରରେ ତାପମାତ୍ରା ୩୨.୬ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ସେହିପରି ଚାନ୍ଦବାଲି ୩୧.୬, ଭୁବନେଶ୍ୱର ୩୧.୨, ବାଲେଶ୍ୱର ୩୦.୮, ଝାରସୁଗୁଡ଼ା ଓ ସମ୍ବଲପୁର ୩୦.୬ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସଙ୍କ କହିବାନୁଯାୟୀ ବାୟୁମଣ୍ଡଳରେ ତାପମାନ ଓ ଜଳୀୟବାଷ୍ପ ରହୁଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ନ ହେଲେ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୬ ତାରିଖ ବେଳକୁ କାଁ ଭାଁ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୭ ଓ ୮ ତାରିଖରେ ବର୍ଷା ପରିମାଣ ବଢ଼ିବ। ୪୦ରୁ ୫୦ କିମି ବେଗରେ ପବନ ହୋଇପାରେ।ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଯଥେଷ୍ଟ ଅଧିକ ରହୁଥିବା ବେଳେ ଉପକୂଳରେ ତାପମାତ୍ରା କମ୍‌ ରହୁଛି। ଦିନତମାମ ୬୦%ରୁ ଅଧିକ ଆର୍ଦ୍ରତା ରହୁଥିବାରୁ ଗୁଳୁଗୁଳି ଅନୁଭୂତ ହେଉଛି। ଏଭଳି ସ୍ଥିତି ୬ ତାରିଖ ଯାଏଁ ଲାଗିରହିବ। ୭ ତାରିଖ ବେଳକୁ ତାତି ଓ ଗୁଳୁଗୁଳିରୁ ସାମାନ୍ୟ ନିସ୍ତାର ମିଳିବ। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବାକୁ ଥିବାରୁ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ମଦ୍ୟପାନ, ଚା’, କଫି, ମୃଦୁପାନୀୟ, ଉଚ୍ଚ ପୃଷ୍ଟିସାର ଖାଦ୍ୟ, ବାସିଖାଦ୍ୟ ସେବନ ନ କରିବା, ଛୋଟ ପିଲା ଓ ପୋଷା ଜୀବଜନ୍ତୁଙ୍କୁ ପାର୍କିଂ ଗାଡ଼ି ଭିତରେ ନ ଛାଡ଼ି ଯିବାକୁ କୁହାଯାଇଛି। ପିକ୍‌ ଆୱାର(ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ୩ଟା)ରେ ନିର୍ବାଚନ ସମ୍ପର୍କିତ ଶୋଭାଯାତ୍ରା, ସଭାରେ ଯୋଗଦେବାଠାରୁ ଦୂରେଇ ରୁହନ୍ତୁ। ଗ୍ରୀଷ୍ମ ପ୍ରବାହ ସାଧାରଣ ଲୋକଙ୍କ ପାଇଁ ସହନଶୀଳ ହୋଇଥିବା ବେଳେ ଛୋଟ ପିଲା, ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା ଓ ଅସୁସ୍ଥ ଲୋକଙ୍କ ପାଇଁ ହାନିକାରକ। ଦୀର୍ଘ ସମୟ ପର୍ଯ୍ୟନ୍ତ ବାହାରେ ନ ରହିବା, ହାଲୁକା ପୋଷାକ ପରିଧାନ କରିବା, ପିକ୍‌ ସମୟରେ ବାହାରକୁ ଯିବା ସମୟରେ ଓଦା କପଡ଼ା, ଟୋପି, ଛତା ମାଧ୍ୟମରେ ମୁଣ୍ଡକୁ ଘୋଡ଼ାଇବା, ପର୍ଯ୍ୟାପ୍ତ ପରିମାଣର ପାଣି ସମେତ ଓଆରଏସ୍‌, ଘରେ ପ୍ରସ୍ତୁତ ଲସି, ତୋରାଣି, ଆଖୁରସ, ଲେମ୍ବୁ ପାଣି ଆଦି ପିଇବାକୁ ପରାମର୍ଶ ଦିଆଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top