ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ । ଆଜି ୧୩ଟି ରାଜ୍ୟର ୮୮ଟି ଲୋକସଭା ଆସନ ପାଇଁ ଆସାମ, ବିହାର, ଛତିଶଗଡ଼, କର୍ଣ୍ଣାଟକ, କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ରାଜସ୍ଥାନ, ତ୍ରିପୁରା, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ଏବଂ ଜମ୍ମୁ-କଶ୍ମୀରରେ ମତଦାନ ହେବ ।ତେବେ ଦ୍ୱିତୀୟ ପର୍ଯ୍ୟାୟରେ କଂଗ୍ରେସ ବରିଷ୍ଠ ନେତା ରାହୁଲ ଗାନ୍ଧୀ, ଶଶି ଥରୁର୍, ଅରୁଣ ଗୋବିଲ ପ୍ରମୁଖ ପ୍ରାର୍ଥୀ ରହିଥିବା ବେଳେ ବିଜେପିର ଓମ୍ ବିର୍ଲା, ହେମାମାଳିନୀ, ଗଜେନ୍ଦ୍ରସିଂ ଶେଖାୱତଙ୍କ ଭାଗ୍ୟ ପରୀକ୍ଷା ଆସନ୍ତାକାଲି ହେବ । ଲୋକସଭା ନିର୍ବାଚନ ମୋଟ୍ ୭ଟି ପର୍ଯ୍ୟାୟରେ ହେବ । ପ୍ରଥମ ପର୍ଯ୍ୟାୟରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟିଂ ସରିଛି । ଏଥିରେ ୬୫.୫ ପ୍ରତିଶତ ମତଦାନ ହୋଇଥିବା ନେଇ ସୂଚନା ରହିଛି ।
ହାପି ବର୍ଥଡେ କୋହଲି; ୩୬ ବର୍ଷରେ ପାଦ ଦେଲେ ବିରାଟ କୋହଲି
ହାପି ବର୍ଥଡେ କିଙ୍ଗ୍ କୋହଲି । ୩୬ ବର୍ଷରେ ପାଦ ଦେଲେ ବିରାଟ କୋହଲି । କ୍ରିକେଟ ଜଗତର ସେ କିଙ୍ଗ । ୧୯୮୮ ନଭେମ୍ୱର ୮ରେ...