ପୁଣି ଅଡୁଆରେ ଅଭିନେତା ତଥା ବିଜେପି ନେତା ଅନୁଭବ ମହାନ୍ତି। ବଢିଲା ସାଂସଦ ଅନୁଭବ ମହାନ୍ତିଙ୍କ ଅଡୁଆ । ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ ଖାରଜ କରିଦେଇଛନ୍ତି ।
ଅନୁଭବଙ୍କ ବିରୋଧରେ ଚାର୍ଜଫ୍ରେମ ଦାଖଲ ପାଇଁ ନିର୍ଦ୍ଦେଶ ଦେଲେ କୋର୍ଟ । ଅନୁଭବଙ୍କ ପତ୍ନି ବର୍ଷା ପ୍ରିୟଦର୍ଶନୀଙ୍କ ପକ୍ଷରୁ କରାଯାଇଥିବା ଘରୋଇ ହିଂସା ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି କଟକ ଜେଏମଏଫସି ସ୍ୱତନ୍ତ୍ର କୋର୍ଟ । ଅନୁଭବଙ୍କ ବିରୋଧରେ କଟକ ପୁରୀଘାଟ ଥାନରେ ବର୍ଷା ଅଭିଯୋଗ କରିଥିଲେ । ଏହି ମାମଲା ଏବେ କୋର୍ଟରେ ବିଚାରଧୀନ ଅଛି । ଏହି ମାମଲାରେ ଅନୁଭବଙ୍କ ଡିସଚାର୍ଜ ଆବଦେନର ଗତକାଲି ଶୁଣାଣି ହୋଇଥିଲା । ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।