Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପ୍ରାର୍ଥୀମାନଙ୍କୁ ଅଧିକ ମାର୍ଜିନରେ ଜିତାଇଲେ ସ୍ୱତନ୍ତ୍ର ପୁରସ୍କାର ଦେବେ ମୁଖ୍ୟମନ୍ତ୍ରୀ: ଭିକେ ପାଣ୍ଡିଆନ

ଜଗତସିଂହପୁର: ସାରା ଭାରତବର୍ଷରେ ଏକ ନମ୍ୱର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଓଡ଼ିଶାକୁ ଏକ ନମ୍ୱର କରିବେ ନବୀନ ପଟ୍ଟନାୟକ ବୋଲି ଆଜି ଜଗତସିଂହପୁର ନିର୍ବାଚନମଣ୍ଡଳୀରେ ଏକ ଜନସଭାକୁ ସମ୍ବୋଧିତ କଲାବେଳେ ଏହା କହିଛନ୍ତି ବିଜେଡି ବରିଷ୍ଠ ନେତା ଭିକେ ପାଣ୍ଡିଆନ । ସେ ବିଜେପିକୁ ଟାର୍ଗେଟ୍ କରି କହିଛନ୍ତି ଯେ, ବିଜେପି ଦଳ ମେନିଫେଷ୍ଟୋରେ ଲେଖିଛି ସେମାନେ କ୍ଷମତାକୁ ଆସିଲେ ଆୟୁଷ୍ମାନ ଯୋଜନା ଲାଗୁ କରିବେ । ଆୟୁଷ୍ମାନ ଯୋଜନା ଲାଗୁ ହେଲେ ଓଡ଼ିଶାର ମାତ୍ର ୨ କୋଟି ପରିବାର ଏଥିରେ ସାମିଲ ହୋଇପାରିବେ, ଅଧା ଲୋକ ଉପକୃତ ହେବେ ।

ବିଏସକେୱାଇ ଯୋଜନାରେ ଓଡ଼ିଶାର ୯୮ ପ୍ରତିଶତ ଲୋକ ଉପକାର ପାଉଛନ୍ତି । ଆପଣ ଏବେ ଚିନ୍ତା କରନ୍ତୁ, ଆପଣଙ୍କର ଅଧା ଦରକାର ନା ପୁରା ଦରକାର ବୋଲି ଜନତାଙ୍କୁ ପାଣ୍ଡିଆନ ପ୍ରଶ୍ନ କରିଛନ୍ତି । ସେ ପୁଣି କହିଛନ୍ତି ବିଜୁଳି ମାଗଣା ଦେବେ । ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଖର୍ଚ୍ଚ କରି ସୋଲାର ପ୍ୟାନେଲ ବସାଇବାକୁ ପଡ଼ିବ । ସୂର୍ଯ୍ୟକିରଣରୁ ଆପଣମାନେ ବିଜୁଳି ପାଇବେ, ଦିନରେ ଲଣ୍ଠନ ଦେଖାଉଛି ବିଜେପି ଦଳ ।

ପାଣ୍ଡିଆନ କହିଛନ୍ତି, ପ୍ରତି ମହିଳାଙ୍କୁ ୫୦ ହଜାର ଦେବେ । ପୂର୍ବ ନିର୍ବାଚନ ସମୟରେ କହିଥିଲେ ୧୫ ଲକ୍ଷ ଟଙ୍କା ଲେଖାଏଁ ଦେବେ, କୁଆଡ଼େ ଗଲା ? ତାଙ୍କୁ ପଚାରିବେ ? ମିଛ କଥାରେ ଜମା ପଡ଼ିବେ ନାହିଁ ବୋଲି ଲୋକଙ୍କୁ ପାଣ୍ଡିଆନ କହିଛନ୍ତି । କର୍ମୀମାନଙ୍କୁ କହିଲେ ଅଧିକ ମାର୍ଜିନରେ ପ୍ରାର୍ଥୀମାନଙ୍କୁ ଜିତାଇଲେ ସ୍ୱତନ୍ତ୍ର ପୁରସ୍କାର ଦେବେ ମୁଖ୍ୟମନ୍ତ୍ରୀ ।

ତେବେ ଆଜି ଜଗତସିଂହପୁର ନିର୍ବାଚନମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନ ପ୍ରଚାର କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top