Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସରିଲା ରାଜ୍ୟର ଶେଷ ପର୍ଯ୍ୟାୟ ମତଦାନର ପ୍ରଚାର

ଦେଶରେ ସପ୍ତମ ଓ ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ଭୋଟ୍ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ମୟୂରଭଂଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା କ୍ଷେତ୍ର ଓ ଏହାର ଅଧୀନରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଶନିବାର ସକାଳ ୭ଟାରୁ ସନ୍ଧ୍ୟା ଯାଏଁ ମତଦାନ ହେବ।୪୬୦ଜଣ ପ୍ରାର୍ଥୀଙ୍କ ଭାଗ୍ୟ ମୋଟ ୯୯ଲକ୍ଷ ୬୧ହଜାର ୫୭ଜଣ ଭୋଟର ନିର୍ଦ୍ଧାରଣ କରିବେ । ମତଦାନକୁ ଶାନ୍ତିଶୃଙ୍ଖଳାର ସହ ଶେଷ କରିବା ପାଇଁ ରାଜ୍ୟ ପୁଲିସ ବ୍ୟତୀତ ୧୨୫ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ କରାଯାଇଛି । ମୋଟ ୧୦୮୮୨ଟି ମତଦାନ କେନ୍ଦ୍ରରେ ଶନିବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ ।ଆଜି ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନରେ ୬ଟି ସଂସଦୀୟ କ୍ଷେତ୍ର ଯଥା-ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ସମେତ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ଶନିବାର ମତଦାନ ହେବ । ଏହି ପର୍ଯ୍ୟାୟରେ ବିଧାନସଭାର ୩୯୪ଜଣ ଓ ଲୋକସଭାର ୬୬ଜଣ ପ୍ରାର୍ଥୀ ସେମାନଙ୍କର ଭାଗ୍ୟ ପରୀକ୍ଷା କରୁଛନ୍ତି । ୫୦.୮୮ଲକ୍ଷ ପୁରୁଷ ଓ ୪୮.୭୨ଲକ୍ଷ ମହିଳା ଓ ୬୮୭ଜଣ ତୃତୀୟ ଲିଙ୍ଗ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ପ୍ରଥମଥର ପାଇଁ ୧୮-୧୯ବର୍ଷ ବୟସର ୨.୫୭ଲକ୍ଷ ଭୋଟର ନିଜର ମତାଦନ କରିବେ । ଏହି ପର୍ଯ୍ୟାୟରେ ୨୦-୨୯ବର୍ଷ ବୟସର ୨୦.୫୧ଲକ୍ଷ ଯୁବ ଭୋଟର ରହିଛନ୍ତି ।୧୪୦୦ରୁ ଅଧିକ ମତଦାନ କେନ୍ଦ୍ରକୁ ସମ୍ପୂର୍ଣ୍ଣ ଭାବେ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ କରାଯିବ ।ଏହି ଶେଷ ପର୍ଯ୍ୟାୟରେ ମୋଟ ୭୨ହଜାର ପୁଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି । ପ୍ରତ୍ୟେକ ମତଦାନ କେନ୍ଦ୍ରରେ ଜଣେ ଲେଖାଏଁ ସ୍ୱେଚ୍ଛାସେବୀ ଓ ଆଶାକର୍ମୀ ନିୟୋଜିତ ହୋଇଛନ୍ତି ।

ଏହି ପର୍ଯ୍ୟାୟ ନିର୍ବାଚନରେ ସଂସଦୀୟ କ୍ଷେତ୍ର ପାଇଁ ୧୩୪୬୨ଟି ବାଲାଟ ୟୁନିଟ୍ ଓ ବିଧାନସଭା ପାଇଁ ୧୪୧୨୨ଟି ବାଲାଟ୍ ୟୁନିଟର ବ୍ୟବସ୍ଥଶ ହୋଇଛି।ଶେଷ ପର୍ଯ୍ୟାୟରେ ୬ଟି ସଂସଦୀୟ ନିର୍ବାଚନ ମଣ୍ଡଳୀ ରାଜ୍ୟର ୮ଟି ଜିଲ୍ଲା ଅନ୍ତର୍ଗତ ରହିଛି । ବାଲେଶ୍ୱର ଜିଲ୍ଲାରେ ସର୍ବାଧିକ ୨୨ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ଓ ପୁରୀ ଜିଲ୍ଲାର ୨ଟି ବିଧାନସଭା କ୍ଷେତ୍ରରେ ୭ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ ହୋଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top