Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟ ବଜେଟରେ କୌଣସି ନୂତନତ୍ୱ ନାହିଁ: ବିଜେଡି

ବିଜେପି ସରକାରଙ୍କ ଦ୍ବାରା ଆଜି ପ୍ରସ୍ତୁତ କରାଯାଇଥିବା ୨୦୨୪-୨୫ ବର୍ଷ ପାଇଁ ରାଜ୍ୟ ବଜେଟ ଉପରେ ପ୍ରତିକ୍ରିୟା ଦେଇ ବିଜୁ ଜନତା ଦଳର ବରିଷ୍ଠ ନେତା, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ମିଡ଼ିଆ ସଂଯୋଜକ ପ୍ରତାପ ଜେନା ବଜେଟ ସମ୍ପୂର୍ଣ୍ଣ ନୈରାଶ୍ୟଜନକ ବୋଲି କହିଛନ୍ତି।

ମୋହନ ସରକାରଙ୍କ ଦ୍ବାରା ପ୍ରସ୍ତୁତ କରାଯାଇଥିବା ବଜେଟରେ କୌଣସି ନୂତନତ୍ବ ନାହିଁ ଓ ଏହା ନବୀନ ସରକାରଙ୍କ ଦ୍ବାରା ପ୍ରଣୟନ କରାଯାଇଥିବା ପ୍ରାୟ ୪୦ରୁ ଊର୍ଦ୍ଧ୍ୱ ଲୋକପ୍ରିୟ ଯୋଜନାଗୁଡିକର କପି ପେଷ୍ଟ କରାଯାଇ କେବଳ ଏହାର ନାମ ପରିବର୍ତ୍ତନ କରାଯାଇଛି।ବହୁ ପ୍ରଚାରିତ ସୁଭଦ୍ରା ଯୋଜନାରେ ରାଜ୍ୟର ସମସ୍ତ ମହିଳାମାନେ ଲାଭବାନ ହେବେ ବୋଲି ଆଶା ବାନ୍ଧି ବସିଥିବା ବେଳେ ଏଥିପାଇଁ ମାତ୍ର ଦଶ ହଜାର କୋଟି ଟଙ୍କା ଘୋଷିତ ହୋଇଥିବାରୁ ଅତି ବେଶୀରେ ରାଜ୍ୟର କୋଡିଏ ଲକ୍ଷ ମହିଳା ଏଥୁରୁ ଲାଭ ପାଇବେ।

ସେହିପରି ମଧୁବାବୁ ପେନଶନ ଯୋଜନାରେ ହିତାଧୀକାରୀଙ୍କ ଭତ୍ତା ୩୦୦୦ ହଜାର ଟଙ୍କାକୁ ବୃଦ୍ଧି କରାଯିବ ବୋଲି ବିଜେପି ତରଫରୁ ପ୍ରତିଶ୍ରୁତି ଦିଆଯାଇଥିଲେ ମଧ୍ୟ କେବଳ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତିଙ୍କ ପେନଶନ ବୃଦ୍ଧି କରାଯାଇଛି ଯାହା ଅନ୍ୟ ସମସ୍ତ ହିତାଧିକାରୀଙ୍କୁ ନିରାଶ କରିଛି । ଅପରପକ୍ଷରେ ଅର୍ଥନୈତିକ ଦୂରଦୃଷ୍ଟି, ଶିଳ୍ପ, ରୋଜଗାର, ଆଇନଶୃଙ୍ଖଳା, ଦରଦାମ ବୃଦ୍ଧି ଆଦି ବିଷୟରେ ଏ ବଜେଟ ସଂପୂର୍ଣ୍ଣ ନିରବ।ଡବଲ ଇଂଜିନ ସରକାର ହେଲେ ରାଜ୍ୟରେ ବିକାଶର ତ୍ବରାନ୍ବିତ ହେବ ବୋଲି ବିଜେପି ଡିଣ୍ଡିମ ପିଟୁଥିବା ବେଳେ ଉଭୟ କେନ୍ଦ୍ର ଓ ରାଜ୍ୟର ବଜେଟ ରାଜ୍ୟବାସୀଙ୍କୁ ଡବଲ ନିରାଶ କରିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top