Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଓଡ଼ିଆ ସିନେମା ‘ଦମନ’କୁ ମିଳିବ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

୨୦୨୨ ମସିହା ନଭେମ୍ବର ୪ ତାରିଖରେ ମୁକ୍ତିଲାଭ କରିଥିବା ଦମନ ମାନକ ଓଡ଼ିଆ ଚଳଚ୍ଚିତ୍ରକୁ ମିଳିବ ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଆଜି ଘୋଷଣା ହୋଇଛି ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୪ । ଏଥିରେ ‘ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ମନୋନୀତ କରାଯାଇଛି। ଫିଲ୍ମର କାହାଣୀ ଓଡ଼ିଶାରେ ଘଟିଥିବା ଏକ ସତ୍ୟ ଘଟଣା ଉପରେ ଆଧାରିତ। ଏଥିରେ ଯୁବ ଡାକ୍ତର ସିଦ୍ଧାର୍ଥଙ୍କ କର୍ତ୍ତବ୍ୟନିଷ୍ଠ କାହାଣୀ ପ୍ରତିଫଳିତ ହୋଇଛି । ଯାହାର ମୁଖ୍ୟ ଭୂମିକା କରିଛନ୍ତି ବାବୁଶାନ ମହାନ୍ତି । ବାସୁବ ଜୀବନରେ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟ ସେବା ଯୋଗାଇବାରେ ଜଣେ ଯୁବ ଡାକ୍ଟର ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ।

ଏହାର କାହାଣୀ ଓ ଚିତ୍ରନାଟ୍ୟ ଲେଖିବା ସହିତ ନିର୍ଦ୍ଦେଶନା ଦେଇଛନ୍ତି ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା। ପ୍ରଯୋଜନା କରିଛନ୍ତି ଦୀପେନ୍ଦ୍ର ସାମଲ। ଜେପି ୱାର୍ଲଡ୍ସ୍ମିଥ୍ ଓ ବାପୁ ଗୋସ୍ବାମୀଙ୍କ ରଚିତ ଗୀତଗୁଡ଼ିକୁ ସଂଗୀତରେ ସଜାଇଛନ୍ତି ଗୌରବ ଆନନ୍ଦ ଓ ତାଙ୍କ ଟିମ୍। ଦୀପେନ୍ଦ୍ର ସାମଲ ଫିଲ୍ମର ପ୍ରଯୋଜକ।ସେହିପରି ଲୋକପ୍ରିୟ ଚଳଚ୍ଚିତ୍ର ଭାବେ ‘କାନ୍ତାରା’ ଫିଲ୍ମକୁ ଜାତୀୟ ପୁରସ୍କାର ପ୍ରଦାନ କରାଯିବ ଓ ଶ୍ରେଷ୍ଠ ଅଭିନେତା କାନ୍ତାରା ଫିଲ୍ମ ପାଇଁ ରିଷବ ସେଟ୍ଟୀ, ଶ୍ରେଷ୍ଠ ଅଭିନେତ୍ରୀ -ତିରୁଚିଟ୍ରମ୍ବଲମ୍ ପାଇଁ ନିତ୍ୟା ମେନେନ୍ ଏବଂ କୁଚ୍ଛ ଏକ୍ସପ୍ରେସ ପାଇଁ ମାନସୀ ପାରେଖଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରାଯିବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top