Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଗଭୀର ଅବପାତ ଯୋଗୁଁ ପ୍ରବଳ ବର୍ଷାରେ ହୋଇଥିବା କ୍ଷୟକ୍ଷତି ଓ ମୁକାବିଲା ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଆଜି ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କ ରେ ସମୀକ୍ଷା କରିଛନ୍ତି ।ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଏବଂ ଏସ ଆର ସି ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ ମୁଖ୍ୟମନ୍ତ୍ରୀ ଙ୍କୁ ସ୍ଥିତି ଓ ନିଆଯାଇଥିବା ପଦକ୍ଷେପ ସମ୍ବନ୍ଧ ରେ ଅବଗତ କରାଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମୁଦ୍ର କୁ ଠିକ୍ ଭାବେ ଜଳ ନିଷ୍କାସନ ହୋଇପାରୁନଥିବାରୁ ବହୁ ସ୍ଥାନ ରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି । ବିଶେଷ କରି କୋରାପୁଟ ଓ ମାଲକାନଗିରି ଜିଲ୍ଲାବାସୀ ବର୍ଷା ଯୋଗୁଁ ଅଧିକମାତ୍ରାରେ ପ୍ରଭାବିତ ହୋଇଛନ୍ତି । ଅନେକ ଜାଗା ରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଜଳବନ୍ଦୀ ସମସ୍ୟା ମଧ୍ୟ ଘଟିଛି।ଓଡରାଫ୍, ଏନ ଡି ଆର ଏଫ ଏବଂ ଅଗ୍ନିଶମ ବାହିନୀ ସହାୟତାରେ ଲୋକ ଙ୍କ ଅସୁବିଧା କୁ ତତ୍ପରତା ର ସହ ଦୂର କରିବା ପାଇଁ ସେ ବିଭାଗ କୁ ନିର୍ଦ୍ଦେଶ ଦେଇଥିଲେ । ରିଲିଫ ସାମଗ୍ରୀ ବ୍ୟାପକ ମାତ୍ରା ରେ ମହଜୁଦ ରଖି ପ୍ରଭାବିତ ଲୋକଙ୍କୁ ଯୋଗାଇବାପାଇଁ ସେ କହିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top