Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଥାନାରେ ନିର୍ଯାତନା ମାମଲାରେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ : ମୁଖ୍ୟମନ୍ତ୍ରୀ

ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଚାରିଆଡ଼େ ଓଡ଼ିଶା ପୋଲିସକୁ ସମାଲୋଚନା କରିବା ସହିତ ଏହି ଘଟଣାକୁ ନିନ୍ଦା କରି ରାଜ୍ୟ ସରକାରଙ୍କୁ ବିରୋଧି ଦଳ ଘେରିଥିବା ବେଳେ ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି ସରକାର ଏ ବିଷୟକୁ ନେଇ ସଚେତନ ଅଛନ୍ତି । ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ଘଟଣାକୁ ଗୁରୁତ୍ବର ସହ ନିଆଯାଇ କ୍ରାଇମବ୍ରାଞ୍ଚକୁ ତଦନ୍ତ ପାଇଁ ଦାୟିତ୍ଵ ଦିଆଯାଇଛି ।

କ୍ରାଇମବ୍ରାଞ୍ଚ ଏତଲା ଅନୁସାରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।ସେହିପରି ସଂପୃକ୍ତ ପୋଲିସ କର୍ମଚାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି ଏବଂ ଏ ସରକାର କାର୍ଯ୍ୟାନୁଷ୍ଠାନ ନେବାରେ କେବେ ପଛଘୁଞ୍ଚା ଦିଅନ୍ତିନି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ଅନ୍ୟପଟେ କମିସନରେଟ୍ ପୁଲିସ ମୂଳ ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଗିରଫ କରିଥିବା ସୂଚନା ମିଳିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top