Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବିଜେପିରେ ନେତା ପୁଅ ନେତା ହୁଏନି, ମାଟିରୁ ଆସିଥିବା ବ୍ୟକ୍ତି ଯିଏ ଲୋକଙ୍କ ପାଇଁ କାମ କରିବ ସେ ହିଁ ନେତା ହୁଏ: ଜେପି ନଡ୍ଡା

ଓଡିଶାରେ ପହଞ୍ଚି ବିଜେପି ସଦସ୍ୟତା ଅଭିଯାନରେ ସାମିଲ ହୋଇଛନ୍ତି ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା। ସଦସ୍ୟତା ଅଭିଯାନ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେଇ ନୂଆ ସଦସ୍ୟଙ୍କୁ ମାର୍ଗଦର୍ଶନ କରାଇ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା କହିଛନ୍ତି ଭାରତରେ ୫ ହଜାର ପାର୍ଟି ଥିବାବେଳେ ସେଥିରୁ ୫୦ରୁ ଅଧିକ ଆକ୍ଟିଭ ପାର୍ଟି ଅଛନ୍ତି କିନ୍ତୁ ବିଜେପି ଏକମାତ୍ର ଗଣତାନ୍ତ୍ରିକ, କ୍ୟାଡର ଯୁକ୍ତ ରାଜନୈତିକ ଦଳ । ଆପଣମାନେ କଂଗ୍ରେସର ଏମିତି ସଦସ୍ୟତା ଅଭିଯାନ ଦେଖିଛନ୍ତି କି ? ଏକମାତ୍ର ବିଜେପିରେ ହିଁ ଅତ୍ୟନ୍ତ ସ୍ବଚ୍ଛ ଭାବେ ସଦସ୍ୟତା ଗ୍ରହଣ ହୁଏ ।ସଦସ୍ୟତା ଗ୍ରହଣ ସରିବା ପରେ କାର୍ଯ୍ୟକର୍ତ୍ତା ନିର୍ବାଚନ ହେବ ।

ଆମର ଏଠି ନେତା ପୁଅ ନେତା ହୁଏନି । ମାଟିରୁ ଆସିଥିବା ଯୋଗ୍ୟ ବ୍ୟକ୍ତି ଯିଏ ଲୋକଙ୍କ ପାଇଁ କାମ କରିବ ସେ ହିଁ ନେତା ହୁଏ ।ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଆଉ ମଧ୍ୟ କହିଛନ୍ତି ୨୦୪୭ରେ ଭାରତକୁ ବିକଶିତ କରିବା ପାଇଁ ସମସ୍ତଙ୍କ ଯୋଗଦାନ ଜରୁରୀ ଅଟେ । ଆମେରିକା, ୟୁରୋପ, ଅଷ୍ଟ୍ରେଲିଆର ଅର୍ଥନୀତି ଅସ୍ଥିର ରହିଛି କିନ୍ତୁ ଭାରତର ଅର୍ଥନୀତି କ୍ରମଶଃ ଅଗ୍ରଗତି କରୁଛି । ମୋଦିଙ୍କ ନେତୃତ୍ବରେ ଆମେ ଆଜି ବ୍ରିଟେନକୁ ପଛରେ ପକାଇଛୁ । ଭାରତ ଆଜି ବିଶ୍ବର ପଞ୍ଚମ ଅର୍ଥଶକ୍ତିରେ ପରିଣତ ହୋଇଛି । ଏହା ସହ ମୋଦିଙ୍କ ନେତୃତ୍ବରେ ଭାରତ ତୃତୀୟ ବୃହତ ଅର୍ଥଶକ୍ତି ହେବାକୁ ଯାଉଛି ।ସେହିପରି ୭୦ ବର୍ଷରୁ ଅଧିକ ୬ କୋଟି ଆୟୁଷ୍ମାନ ଭାରତରେ ସାମିଲ ହେବେ ।

ଭାରତରେ କେହି କଚ୍ଚା ଘରେ ରହିବେନି ସେଥିପାଇଁ ଆଉ ୩ କୋଟି ଘର ମଂଜୁର ହୋଇଛି । ଏହି ୫ ବର୍ଷ ଆମ ସମସ୍ତଙ୍କ ପାଇଁ ବହୁତ ଗୁରୁତ୍ବପୂର୍ଣ୍ଣ ସମୟ । ସେଥିପାଇଁ ମୋଦି କହିଛନ୍ତି ୟେ ସମୟ ହେ, ସହି ସମୟ ହେ ବୋଲି ଜେପି ନଡ୍ଡା କହିଛନ୍ତି ।ଏହା ସହ ଜେପି ନଡ୍ଡା ସଭାରେ ନାଁ ନନେଇ ରାହୁଲ ଓ ପ୍ରିୟଙ୍କାଙ୍କୁ ସମାଲୋଚନା କରି କହିଛନ୍ତି । ଭାଇଭଉଣୀଙ୍କୁ ଭାରତର ଆଉ କିଛି ବିକାଶ ଦିଶୁ ନାହିଁ । ଭାଇଭଉଣୀଙ୍କୁ ସବୁ ବେଳେ କେବଳ ଦୁଇଟି କଥା ଦେଖାଯାଉଛି । ଗୋଟିଏ ହେଲା ବେକାରୀ ଓ ଦରଦାମ ବୃଦ୍ଧି । ସେମାନଙ୍କ ଅଭିଧାନରେ ଯେମିତି ଆଉ କିଛି ନାହିଁ ।ଏହି ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସଭାପତି ମନମୋହନ ସାମଲଙ୍କ ସହ ପ୍ରଭାରୀ ସୁନୀଲ ବଂଶଲ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ସାମିଲ ହୋଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top