ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ତଥା ବରିଷ୍ଠ ଓଏଏସ୍ ଅଫିସର ମଧୁମିତା ନାୟକଙ୍କୁ ଶ୍ରମ ଓ ଇଏସଆଇ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ଏହାସହିତ ତାଙ୍କୁ ଇଏସଆଇ ନିର୍ଦ୍ଦେଶିକା ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି ।
ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଶ୍ରମ ଓ ଇଏସଆଇ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍ ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି । ଶ୍ରୀ ପଣ୍ଡା ଇଏସଆଇ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଥିଲେ । ସେହିପରି ପାଟଣାଗଡ଼ର ପୂର୍ବତନ ଉପଜିଲ୍ଲାପାଳ ବରିଷ୍ଠ ଓଏଏସ୍ ଅମିତ୍ କୁମାର ନାୟକଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଉପସଚିବ ଭାବେ ବଦଳି କରାଯାଇଛି ।
ଆଇଏଏସ୍ ସୁଜାତାଙ୍କ ଛୁଟି ଆବେଦନ ଅଗ୍ରାହ୍ୟ, ଆଉ ୬ମାସ ଛୁଟି ମାଗିଥିଲେ
ଭୁବନେଶ୍ୱର(ଓଡ଼ିଶା ୱେୟାର): ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ରାଉତଙ୍କୁ ଶକ୍ତ ଝଟକା । ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ମେ’ ୩୧ରୁ ୬ମାସ ଛୁଟିରେ ଯାଇଥିବା...