Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

୩ ଏନଏସିରେ ଏପ୍ରିଲ ୩ରେ ଭୋଟ୍

ଭୁବନେଶ୍ୱର : ରାଜ୍ୟର ୩ଟି ବିଜ୍ଞାପିତ ଅଂଚଳ ପରିଷଦ(ଏନଏସି)ରେ ଆସନ୍ତା ଏପ୍ରିଲ ୩ ତାରିଖରେ ଭୋଟ୍ ଗ୍ରହଣ ହେବ । ଆଜି ଏନେଇ ରାଜ୍ୟ ନିର୍ବାଚନ କମିଶନ ଆନୁଷ୍ଠାନିକ ଘୋଷଣା କରିଛନ୍ତି । ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ନିର୍ବାଚନ କମିଶନର ନବ କୁମାର ନାୟକ କହିଛନ୍ତି ଯେ ନୂଆପଡ଼ା, ହିନ୍ଦୋଳ ଓ ଅତାବିରା ଏନଏସିର ମୋଟ ୪୨ଟି କାଉନସିଲର ପଦ ପାଇଁ ନିର୍ବାଚନ ହେବ । ଆଜି ଏନେଇ କାର୍ଯ୍ୟସୂଚୀ ଘୋଷଣା  ହୋଇଛି । ଚୂଡ଼ାନ୍ତ କାର୍ଯ୍ୟସୂଚୀ ଅନୁସାରେ ମାର୍ଚ୍ଚ ୯ ତାରିଖରେ ସ୍ଥାନୀୟ ବିଜ୍ଞାପିତ ଅଂଚଳ ପରିଷଦର ନିର୍ବାଚନ ଅଧିକାରୀ ଆନୁଷ୍ଠାନିକ ବିଜ୍ଞପ୍ତି ଜାରି କରିବେ । ମାର୍ଚ୍ଚ ୧୩ରୁ ୧୭ ତାରିଖ ମଧ୍ୟରେ ପ୍ରତ୍ୟେକ ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପ୍ରାର୍ଥୀପତ୍ର ଦାଖଲ ଓ ମାର୍ଚ୍ଚ ୧୯ତାରିଖରୁ ପ୍ରାର୍ଥୀପତ୍ର ଯାଂଚ ପ୍ରକ୍ରିୟା ଆରମ୍ଭ ହେବ । ମାର୍ଚ୍ଚ ୨୦ତାରିଖ ପୂର୍ବାହ୍ନରେ ବୈଧ ପ୍ରାର୍ଥୀଙ୍କ ତାଲିକା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରକାଶ ପାଇବ । ମାର୍ଚ୍ଚ ୨୨ ତାରିଖ ଅପରାହ୍ନ ୩ଟା ସୁଦ୍ଧା ପ୍ରାର୍ଥୀମାନେ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ପହଂଚି ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ । ମାର୍ଚ୍ଚ ୨୨ ତାରିଖ ଅପରାହ୍ନ ୫ଟା ସୁଦ୍ଧା ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ବିଜେପୁର ଉପନିର୍ବାଚନ ପରେ ଓ ସାଧାରଣ ନିର୍ବାଚନ ପୂର୍ବରୁ ଏହି ୩ଟି ଏଏନସିରେ ନିର୍ବାଚନ ମଧ୍ୟ ରାଜ୍ୟ ରାଜନୀତିକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି । ସୂଚନାଯୋଗ୍ୟ ଏପ୍ରିଲ ୧୨ତାରିଖରେ ଏସବୁ ଏନଏସିର କାର୍ଯ୍ୟକାଳ ଶେଷ ହେଉଛି । ଏହା ପୂର୍ବରୁ ରାଜ୍ୟ ନିର୍ବାଚନ କମିଶନର ଶ୍ରୀ ନାୟକ ଆଜି ସମସ୍ତ ଦଳର ପ୍ରତିନିଧିଙ୍କ ସହ ନିର୍ବାଚନ ପ୍ରସଙ୍ଗରେ ବୈଠକ କରିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top