Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

୭ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ

ଭୁବନେଶ୍ୱର(ଓଡବ୍ଲ୍ୟୁ):ରାଜ୍ୟ ଅନୁସୂଚିତ ଜନଜାତି ଉନ୍ନୟନ ସମବାୟ ନିଗମ( ଟିଡିସିସି) ବକେୟା ୩୬.୩୯କୋଟି ଟଙ୍କାକୁ ପରିଶୋଧ ପ୍ରସ୍ତାବ ସମେତ ମୋଟ ୭ଟି ପ୍ରସ୍ତାବକୁ ଆଜି କ୍ୟାବିନେଟ୍ ଅନୁମୋଦନ କରିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ମୋଟ ୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ତେବେ ଏଥିରେ ଅଧିକାଂଶ ପ୍ରସ୍ତାବ ଚାକିରି ସର୍ତାବଳୀ ଓ କ୍ୟାଡ଼ର ପୁର୍ନଗଠନ ସହ ଜଡ଼ିତ।ମୁଖ୍ୟ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ଏ ସମ୍ପର୍କରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ କହିଛନ୍ତି ଯେ ଟିଡିସିସିର ବକେୟା ଥିବା ୩୬.୩୯ କୋଟି ଟଙ୍କାର ଋଣକୁ ରାଜ୍ୟ ସରକାର ପରିଶୋଧ କରିବେ। ଜନଜାତି ବର୍ଗର ଲୋକଙ୍କ ବନ୍ୟଜାତ ଓ କୃଷିଜାତ ଦ୍ରବ୍ୟର ବିକ୍ରିକୁ ସୁଗମ କରିବା ନିମନ୍ତେ ଟିିଡିସିସିକୁ ସୁଦୃଢ଼ କରିବା ପାଇଁ ସରକାର ଏହି ପଦକ୍ଷେପ ନେଇଛନ୍ତି। କ୍ୟାବିନେଟରେ ଆଜି ମୋଟ ୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି।
ଓଡ଼ିଶା ଉଦ୍ୟାନ କୃଷି ସେବା(ନବନିଯୁକ୍ତ ପଦ୍ଧତି ଓ ସେବା ସର୍ତ) ସଂଶୋଧନ ନିୟମ-୨୦୧୮କୁ କ୍ୟାବିନେଟ୍ ମଞ୍ଜୁର କରିଛନ୍ତି ।କୃଷି ଉପଦର୍ଶକ ଓ ପ୍ରଦର୍ଶନ ସହାୟକ ପଦବୀ ପାଇଁ ଉଦ୍ଦିଷ୍ଟ ଶିକ୍ଷାଗତ ଯୋଗ୍ୟତା ଯୁକ୍ତ ଦୁଇ ବିଜ୍ଞାନକୁ କୋହଳ କରାଯାଇଛି।ଏଥିପାଇଁ ନିୟମରେ ଥିବା ଧାରା-୨(ଗ)କୁ ଅପସାରଣ କରାଯାଇଛି।ସେହିପରି ଓଡ଼ିଶା ମତ୍ସ୍ୟ ସେବା ନିଯୁକ୍ତି ସର୍ତାବଳୀ ସଂଶୋଧନ, ଜିଓଲୋଜି କ୍ୟାଡ଼ରର ପୁର୍ନଗଠନ, ଓଡ଼ିଶା ମଙ୍ଗଳସେବା ଓ ଓଡ଼ିଶା ଅଧସ୍ତନ ମଙ୍ଗଳ ସେବାର ପୁନର୍ଗଠନ, ଭୂତତ୍ୱବିତ୍ ସେବା କ୍ୟାଡ଼ରର ପୁନର୍ଗଠନକୁ କ୍ୟାବିନେଟ୍ ମଞ୍ଜୁର କରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top