Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଡଙ୍ଗା ବୁଡ଼ି : ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି, ୪ଲକ୍ଷ ଟଙ୍କା ଲେଖାଏ ସହାୟତା

କେନ୍ଦ୍ରାପଡ଼ା(ଓଡ଼ିଶା ୱେୟାର): କେନ୍ଦ୍ରାପଡ଼ାର ନିପାଣିଆରେ ମହାନଦୀରେ ଯାତ୍ରୀବାହୀ ଡଙ୍ଗା ଓଲଟିବା ଘଟଣାରେ ମୃତ୍ୟୁସଂଖ୍ୟା ୯ରେ ପହଞ୍ଚିଛି। ବର୍ତ୍ତମାନସୁଦ୍ଧା ଜଣେ ଶିଶୁ ନିଖୋଜ ଥିବା ଜଣାଯାଇଛି। ମୃତକମାନଙ୍କ ମଧ୍ୟରେ ୬ ଜଣ ଶିଶୁ ,୨ ଜଣ ମହିଳା ଓ ଜଣେ ପୁରୁଷ ଲୋକ ଅଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟକଟନାୟକ ଦୁଃଖ ପ୍ରକାଶ କରିବା ସହିତ ମୃତକମାନଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଁଏ ଅନୁକମ୍ପା ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତ।ସେହିପରିଏହି ଡଙ୍ଗାବୁଡ଼ି ଘଟଣାରେ ଆହତମାନଙ୍କ ଚିକିତ୍ସା ମାଗଣାରେ କରିବାକୁ ମୁଖମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ମିଳିଥିବା ସୂଚନା ଅନୁସାରେ, କୁଜଙ୍ଗ ନିକଟରୁ ହସିଣା ଗ୍ରାମର ମହିଳା ଓ ଶିଶୁଙ୍କ ସମେତ ପ୍ରାୟ ୪୫ଜଣ କେନ୍ଦ୍ରାପଡ଼ା ଜିଲ୍ଲାର ହୁକିଟୋଲା ବତୀଘରକୁ ପିକ୍‌ନିକ୍‌ କରିବାକୁ ଯାଇଥିଲେ।।ଗତକାଲି ସନ୍ଧ୍ୟାରେ ସେମାନେ ଫେରୁଥିବା ବେଳେ ଡଙ୍ଗାଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଗଭୀର ଜଳ, ଅନ୍ଧାର ରାତି ଯୋଗୁଁ ୧୦ ଜଣ ନିଖୋଜ ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଖୋଜାଖୋଜି କରି ୮ଜଣଙ୍କ ମତଦେହ ଉଦ୍ଧାର କରିଥିଲେ। ଯେଉଁଠାରେ ଡଙ୍ଗାବୁଡ଼ିଥିଲା, ସେଠାରେ କୁମ୍ଭୀର ଚଳପ୍ରଚଳ ହେଉଥିବାରୁ ଉଦ୍ଧାର କାର‌୍ୟ୍ୟ ମଧ୍ୟ ବାଧାପାପ୍ତ ହୋଇଥିଲା। ତେବେ ଆଜି ସକାଳୁ ଆଉ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏବେ ବି ଆଉ ଜଣେ ଶିଶୁ ଏହି ଡଙ୍ଗାବୁଡ଼ି ଘଟଣାରେ ନିଖୋଜ ଅଛନ୍ତି। ପିକନିକ ସାରି ସଂଧ୍ୟାରେ ସେମାନେ ଫେରୁଥିବା ସମୟରେ ନଈରେ ବଡ଼ ବଡ଼ ଢ଼େଉ ଆସିବାରୁ ମହାନଦୀ ମୁହାଣ ନିକଟରେ ଡଙ୍ଗାଚାଳକ ଡଙ୍ଗାର ଭାରସାମ୍ୟ ରକ୍ଷା କରିପାରି ନ ଥିଲେ, ଫଳରେ ଡଙ୍ଗାଟି ବୁଡ଼ି ଯାଇଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top