ଭୁବନେଶ୍ୱର(ଓଡ଼ିଶା ୱେୟାର) : ଆଜି ବିଜେପିର ବରିଷ୍ଠ ନେତା ଡାକ୍ତର ଦାମୋଦର ରାଉତଙ୍କ ପତ୍ନୀଙ୍କ ପରଲୋକ ହୋଇଯାଇଛି। ଡା.ରାଉତଙ୍କ ପତ୍ନୀ ସ୍ନେହଲତା ମହାପାତ୍ର ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ସୂଚନାନୁଯାୟୀ, ସ୍ନେହଲତା ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ସେ ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ତାଙ୍କ ଝିଅ ପ୍ରୀତିନନ୍ଦା ରାଉତରାୟ ଏହି ସୂଚନା ଦେଇଛନ୍ତି ।
ତେବେ ତାଙ୍କର ଏହିପରି ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଓ କେ.ଭି ସିଂହଦେଓ ପ୍ରମୁଖ ଦାମଙ୍କ ବାସଭବନକୁ ଯାଇ ତାଙ୍କ ପତ୍ନୀଙ୍କ ଶେଷ ଦର୍ଶନ କରିଥିଲେ ଓ ତାଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିବାର ଦେଖିବାକୁ ମିଳୁଛି ।


