Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

କଳିଙ୍ଗ ହସ୍ପିଟାଲ ବିରୁଦ୍ଧରେ ତଦନ୍ତ କରିବ ୪ଜଣିଆ କମିଟି

ଭୁବନେଶ୍ୱର(ଓଡ଼ିଶା ୱେୟାର): ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀଙ୍କୁ କଳିଙ୍ଗ ହସ୍ପିଟାଲ କର୍ତ୍ତୃପକ୍ଷ ଦୁର୍ବ୍ୟବହାର କରିବା ଘଟଣାର ତଦନ୍ତ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଆଜି ଏହି ଘଟଣାର ତଦନ୍ତ ପାଇଁ ୪ଜଣିଆ ଉଚ୍ଚସ୍ତରୀୟ କମିଟି ଗଠନ କରି ୭ଦିନ ମଧ୍ୟରେ ରିପୋର୍ଟ ଦେବାକୁ ବିଭାଗୀୟ ସଚିବ ପିକେ ମେହେର୍ଦ୍ଦାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ଗୁହା ପୁନମ ତାପସ କୁମାର କମିଟିର ଅଧ୍ୟକ୍ଷ ଥିବାବେଳେ ବିଭାଗର ଯୁଗ୍ମ ସଚିବ ଶୁଭାନନ୍ଦ ମହାପାତ୍ର, ଉପସଚିବ ରାଜେଶ ଅଗ୍ରୱାଲ ଓ ଯାମିନୀ ପଟ୍ଟନାୟକ ସଦସ୍ୟ ଅଛନ୍ତି। କମିଟି ୭ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ରାଜ୍ୟ ସରକାରଙ୍କୁ ପ୍ରଦାନ କରିବ।
ସୂଚନା ଅନୁସାରେ କେନ୍ଦୁଝର ଜିଲ୍ଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ନାରଦପୁର ଗାଁର ବାସୁଦେବ ବାରିକଙ୍କ ପୁଅ ସଚିନ କଳିଙ୍ଗ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତ ଶନିବାର ଭୋର ସମୟରେ ପ୍ରାଣ ହରାଇଥିଲେ। ଚିକିତ୍ସା ବାବଦ ଅର୍ଥ ପୈଠ ହୋଇଥିଲେ ମଧ୍ୟ ହସ୍ପିଟାଲ କର୍ତ୍ତୃପକ୍ଷ ଅଧିକ ଅର୍ଥ ଦାବି କରି ମୃତଦେହ ଛାଡ଼ିନଥିଲେ। ଏହି ଘଟଣା ସମ୍ପର୍କରେ ସ୍ଥାନୀୟ ବିଧାୟକ ମୋହନ ମାଝୀଙ୍କୁ ମୃତ ସଚିନଙ୍କ ପିତା ବାସୁଦେବ ବାରିକ ଅବଗତ କରିବା ସହ ସହଯୋଗ ପାଇଁ ନିବେଦନ କରିଥିଲେ। ଏହାପରେ ଶ୍ରୀ ମାଝୀ କଳିଙ୍ଗ ହସ୍ପିଟାଲର ଡିଜିଏମଙ୍କ ସହ ଆଲୋଚନା କରି ମୃତଦେହ ସମ୍ପୃକ୍ତ ପରିବାରକୁ ଦେବା ପାଇଁ ନିବେଦନ କରିଥିଲେ। ମାତ୍ର ବକେୟା ଅର୍ଥ ପୈଠ ନହେଲେ ମୃତଦେହକୁ ଛଡ଼ାଯିବ ନାହିଁ ବୋଲି ଡିଜିଏମ୍ ଓ ଆକାଉଣ୍ଟସ୍ କର୍ମଚାରୀମାନେ ରୋକଠୋକ୍ କହିବା ସହ ବିଧାୟକ ଶ୍ରୀ ମାଝୀଙ୍କୁ ଦୁର୍ବବ୍ୟହାର କରିଥିଲେ। ହସ୍ପିଟାଲ କର୍ତ୍ତୃପକ୍ଷଙ୍କଠୁ ଅପମାନିତ ହେବାପରେ ଶ୍ରୀ ମାଝୀ ଆଜି ଏ ସମ୍ପର୍କରେ ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ଦାସଙ୍କୁ ଅବଗତ କରିଥିଲେ। ଘଟଣାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ମାମଲାର ତଦନ୍ତ ପାଇଁ ସରକାର ୪ଜଣିଆ କମିଟି ଗଠନ କରିଛନ୍ତି।
ସୂଚନାଯୋଗ୍ୟ, ଗତ ସପ୍ତାହରେ କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ଅନୁରୂପ ଭାବେ ନିଜ ପୁଅର ଶବ ନେବା ପାଇଁ ଆପୋଲୋ ହସ୍ପିଟାଲ କର୍ତ୍ତୃପକ୍ଷ ସାଢ଼େ ୩ଲକ୍ଷ ଟଙ୍କା ଦାବି କରିଥିଲେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ଥାଇ ମଧ୍ୟ ସମ୍ପୃକ୍ତ ବ୍ୟକ୍ତିଙ୍କଠୁ ଅର୍ଥ ଦାବି କରାଯାଇଥିଲା। ମାତ୍ର ଗଣମାଧ୍ୟମରେ ଖବର ପ୍ରସାରିତ ହେବାପରେ ସମ୍ପୃକ୍ତ ପରିବାରକୁ ଶବ ହସ୍ତାନ୍ତର କରାଯାଇଥିଲା। ରାଜ୍ୟ ସରକାର ଏହି ଘଟଣାରେ ତଦନ୍ତ କରିବାକୁ ରାଜ୍ୟ ସରକାର ଏପର୍ଯ୍ୟନ୍ତ ଉଚିତ୍ ମଣିନାହାନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top