Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆରମ୍ଭ ହେଲା ଓଟିଡିସିର ‘ଆମ ଘର ଆମ ହାଣ୍ଡିଶାଳ’ କାର୍ଯ୍ୟକ୍ରମ

ଭୁବନେଶ୍ୱର(ଓଡ଼ିଶା ୱେୟାର):ଓଡ଼ିଶାର ପାରମ୍ପରିକ ଖାଦ୍ୟସମ୍ଭାରର ଅଧିକ ପ୍ରଚାର ପ୍ରସାର ଓ ପ୍ରୋତ୍ସାହନ ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ସହଯୋଗରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନୂଆ ଫର୍ମାଟରେ ‘ଆମ ଘର ଆମ ହାଣ୍ଡିଶାଳ’ ନାମକ ରୋଷେଇ ପ୍ରତିଯୋଗିତା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଭୁବନେଶ୍ୱର(ଓଡ଼ିଶା ୱେୟାର):ଓଡ଼ିଶାର ପାରମ୍ପରିକ ଖାଦ୍ୟସମ୍ଭାରର ଅଧିକ ପ୍ରଚାର ପ୍ରସାର ଓ ପ୍ରୋତ୍ସାହନ ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ସହଯୋଗରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନୂଆ ଫର୍ମାଟରେ ‘ଆମ ଘର ଆମ ହାଣ୍ଡିଶାଳ’ ନାମକ ରୋଷେଇ ପ୍ରତିଯୋଗିତା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି।
ଏହି ନୂଆ ପ୍ରତିଯୋଗିତାକାର୍ଯ୍ୟକ୍ରମକୁ ଆଜି ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଓ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ତଥା ଓଟିଡିସି ପରିଚାଳନା ନିର୍ଦ୍ଦେଶକ ସଚିନ ଆର.ଯାଦବ ଉପସ୍ଥିତ ରହି ଆନୁଷ୍ଠାନିକ ଭାବେ ଆରମ୍ଭ କରିଛନ୍ତି।
ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରି ମାନ୍ୟବର ମନ୍ତ୍ରୀ ଶ୍ରୀ ପାଣିଗ୍ରାହୀ କହିଛନ୍ତି ଯେ, ଓଟିଡିସି ପକ୍ଷରୁ ଠିକ୍ ସମୟରେ ଏକ ଭଲ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ମହିଳାମାନେ ନିୟମିତ ଭାବେ ନିଜ ଘରେ ରୋଷେଇ କରୁଛନ୍ତି କିନ୍ତୁ ପ୍ରତିଯୋଗୀ ଭାବେ ରୋଷେଇ କରିବା ଆଉ ତା’ପୁଣି ପାରମ୍ପରିକ ଓଡ଼ିଆ ଖାଦ୍ୟ ନିଶ୍ଚିତ ଭାବେ ଏକ ଚ୍ୟାଲେଞ୍ଜ ହେବ। ଏହା ଆମର ଓଡ଼ିଆ ଖାଦ୍ୟ ସମ୍ଭାରର ପ୍ରଚାରପ୍ରସାରରେ ଅଧିକ ସହାୟକ ହୋଇପାରିବ ବୋଲି ଆଶା କରୁଛି।
ଏହି କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ ନିଗମ ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର କହିଛନ୍ତି ଯେ, ମୁଖ୍ୟତଃ ପାରମ୍ପରିକ ଓଡ଼ିଆ ଖାଦ୍ୟ ସମ୍ଭାରକୁ ବିଶ୍ୱ ଦରବାରରେ ପହଂଚାଇବା ଓ ମହିଳାମାନଙ୍କୁ ସେମାନଙ୍କର ରୋଷେଇ ଦକ୍ଷତାକୁ ପ୍ରତିପାଦନ ନିମନ୍ତେ ଏକ ପ୍ଲାଟଫର୍ମ ଦେବା ପାଇଁ ଓଡ଼ିଶା ପର୍ଯ୍ୟଟନ ବିଭାଗ ସହଯୋଗରେ ଓଡ଼ିଶା ପର୍ଯ୍ୟଟନ ବିକାଶ ନିଗମ ଏଭଳି ଏକ ପ୍ରତିଯୋଗିିତା ଆୟୋଜନ କରିଛି । ସୁସ୍ଥ ଓ ନିରୋଗ ରହିବା ପାଇଁ ଆମର ପାରମ୍ପରିକ ଓଡ଼ିଆ ଖାଦ୍ୟ ହିଁ ବର୍ତ୍ତମାନ ସମୟର ଆବଶ୍ୟକତା ହୋଇଛି। ଏହି ପ୍ରତିଯୋଗିତା ମାଧ୍ୟମରେ ଓଡ଼ିଆ ଖାଦ୍ୟସମ୍ଭାର ପ୍ରତି ଲୋକଙ୍କୁ ଆକର୍ଷିତ କରିବା ଆମର ମୁଖ୍ୟ ଉଦ୍ଦେଶ୍ୟ। ଏଥିରେ ଯେକେହି ଭାଗ ନେଇ ପାରିବେ ଓ ନିଜର ରୋଷେଇ ଦକ୍ଷତାକୁ ପ୍ରତିପାଦନ କରିପାରିବେ ବୋଲି ସେ କହିଛନ୍ତି।

ପ୍ରତିଯୋଗିତା ସମ୍ପର୍କରେ ସୂଚନା ଦେଇ ଓଟିଡିସି ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଯାଦବ କହିଛନ୍ତି ଯେ, ଓଡ଼ିଶା ପର୍ଯ୍ୟଟନ ବିକାଶ ନିଗମ ଦ୍ୱାରା ଆୟୋଜିତ ହେଉଥିବା ଏହି ରୋଷେଇ ପ୍ରତିଯୋଗିତାରେ ଭାଗ ନେବା ପାଇଁ ପ୍ରତିଯୋଗୀମାନଙ୍କୁ ନିଜର ନାମ, ଠିକଣା, ଇ-ମେଲ୍ ଆଇଡି, ଫୋନ୍ ନମ୍ବର ଓ ନିଜର ଏକ ଫଟୋ ସହ ପ୍ରସ୍ତୁତ କରୁଥିବା ଖାଦ୍ୟ (ରେସିପି)ର ନାଁ , ପ୍ରସ୍ତୁତି ପ୍ରଣାଳୀ ଓ ଖାଦ୍ୟ ପ୍ରସ୍ତୁତ କରୁଥିବାର ଭିଡିଓକୁô ଆମର ହ୍ୱାଟସଅପ୍ ନମ୍ବର- ୮୨୬୦୬୩୮୩୩୧,୮୨୬୦୬୪୧୬୧୧ କିମ୍ବା ଓଟିଡିସି ଇ-ମେଲ୍ ଆଇଡି otdcho@gmail.com କୁ ପଠାଇବାକୁ ପଡ଼ିବ। ଏଥିପାଇଁ ରେଜିଷ୍ଟେସନ କରିବାର ଶେଷ ତାରିଖ ଜୁନ୍ ୨୭ତାରିଖ ରହିଛି। ଘରେ ରହି ରୋଷେଇ କରିବା ସହ ଆକର୍ଷଣୀୟ ପୁରସ୍କାର ଜିତିବାର ସୁଯୋଗ ମଧ୍ୟ ରହିଛି। ଅସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରିଥିବା ପ୍ରତିଯୋଗୀଙ୍କ ଆବେଦନକୁ ବିଚାରକୁ ନିଆଯିବ ନାହିଁ। ସମସ୍ତ ପ୍ରତିଯୋଗୀଙ୍କ ଖାଦ୍ୟ ପ୍ରସ୍ତୁତିବେଳର ଭିଡିଓ ଓ ରେସିପି ମଧ୍ୟରୁ ଶ୍ରେଷ୍ଠ-୪୦ ପ୍ରତିଯୋଗୀଙ୍କୁ ଆମର ବିଚାରକ ମଣ୍ଡଳୀ ଚୟନ କରିବେ ଏବଂ ସେମାନଙ୍କର ମତାମତ ହିଁ ଚୂଡ଼ାନ୍ତ ହେବ। ଏହି ସମସ୍ତ ପ୍ରତିଯୋଗୀଙ୍କୁ ‘ ଫ୍ରିଡମ୍ ଅଏଲ’ ଓ ‘ରୁଚି କମ୍ପାନୀ’ ପକ୍ଷରୁ ପୁରସ୍କାର ପ୍ରଦାନ କରାଯିବ। ସେହି ସମସ୍ତ ଶ୍ରେଷ୍ଠ-୪୦ ପ୍ରତିଯୋଗୀଙ୍କ ରେସିପି ଓ ଖାଦ୍ୟ ପ୍ରସ୍ତୁତ କରୁଥିବାର କାର୍ଯ୍ୟକ୍ରମକୁ ଟିଭି ଚ୍ୟାନେଲରେ ପ୍ରସାରଣ କରାଯିବ। ଶ୍ରେଷ୍ଠ-୩ଜଣ ପ୍ରତିଯୋଗୀଙ୍କୁ ଆକର୍ଷଣୀୟ ପୁରସ୍କାର ପ୍ରଦାନ କରାଯିବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top