Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୧୮ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର, ରାଜ୍ୟର ୨୧୫ ଆଇନ ନିରସ୍ତ୍ର

ଭୁବନେଶ୍ୱର(ଓଡ଼ିଶା ୱେୟାର): ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ମୋଟ ୧୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏଥିରେ ୨୦୨୦-୨୧ ଖାଦ୍ୟ ଓ ସଂଗ୍ରହଣ ନୀତିକୁ ଅନୁମୋଦନ ସମେତ ପୁରୀ ସୌନ୍ଦର୍ଯ୍ୟକରଣ ନିମନ୍ତେ ୪୬୧କୋଟି ଟଙ୍କାର ୪ଟି ପ୍ରକଳ୍ପର ଟେଣ୍ଡରକୁ ଅନୁମୋଦନ, ଗ୍ରୀଡକୋ ୨୬୦୦ କୋଟି ଟଙ୍କାର ବ୍ୟାଙ୍କ ଗ୍ୟାରେଣ୍ଟି ଓ ୨୧୫ଟି ଆଇନକୁ ନିରସ୍ତ୍ର କରିବା ଭଳି ପ୍ରସ୍ତାବ ସାମିଲ ରହିଛି। ସେହିପରି ମହାମାରୀରେ ଚାଷୀଙ୍କୁ ତୁରନ୍ତ ଲାଭ ଦେବା ନିମନ୍ତେ ଅଧ୍ୟାଦେଶକୁ ପୁଣିଥରେ କ୍ୟାବିନେଟ ଅନୁମୋଦନ କରିଛନ୍ତି।

ଭୁବନେଶ୍ୱର(ଓଡ଼ିଶା ୱେୟାର): ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ମୋଟ ୧୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏଥିରେ ୨୦୨୦-୨୧ ଖାଦ୍ୟ ଓ ସଂଗ୍ରହଣ ନୀତିକୁ ଅନୁମୋଦନ ସମେତ ପୁରୀ ସୌନ୍ଦର୍ଯ୍ୟକରଣ ନିମନ୍ତେ ୪୬୧କୋଟି ଟଙ୍କାର ୪ଟି ପ୍ରକଳ୍ପର ଟେଣ୍ଡରକୁ ଅନୁମୋଦନ, ଗ୍ରୀଡକୋ ୨୬୦୦ କୋଟି ଟଙ୍କାର ବ୍ୟାଙ୍କ ଗ୍ୟାରେଣ୍ଟି ଓ ୨୧୫ଟି ଆଇନକୁ ନିରସ୍ତ୍ର କରିବା ଭଳି ପ୍ରସ୍ତାବ ସାମିଲ ରହିଛି। ସେହିପରି ମହାମାରୀରେ ଚାଷୀଙ୍କୁ ତୁରନ୍ତ ଲାଭ ଦେବା ନିମନ୍ତେ ଅଧ୍ୟାଦେଶକୁ ପୁଣିଥରେ କ୍ୟାବିନେଟ ଅନୁମୋଦନ କରିଛନ୍ତି।
ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଜି ଏହି କ୍ୟାବିନେଟ ବୈଠକ ସମ୍ପର୍କରେ ସୂଚନା ଦେଇ ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀ କହିଛନ୍ତି ଯେ, ୨୦୨୦-୨୧ ଖରିଫ ବିପଣନ ବର୍ଷ ଅକ୍ଟୋବର ୧ତାରିଖରୁ ଆରମ୍ଭ ହୋଇ ୨୦୨୧ ସେପ୍ଟେମ୍ବର ୩୦ତାରିଖ ପର୍ଯ୍ୟନ୍ତ ଚାଲିବ। ଧାନ ଓ ଚାଉଳ ସଂଗ୍ରହ ପରିଚାଳନା ସମ୍ପର୍କିତ ସମସ୍ତ ପ୍ରକ୍ରିୟାକୁ ସୁପରିଚାଳନା ନିମନ୍ତେ ‘୨୦୨୦-୨୧ ଖାଦ୍ୟ ଓ ସଂଗ୍ରହଣ ନୀତି’କୁ ଆଜି କ୍ୟାବିନେଟ ଅନୁମୋଦନ କରିଛନ୍ତି। ଚଳିତ ଖରିଫ ବର୍ଷରେ ମୋଟ ୪୮ଲକ୍ଷ ମେଟ୍ରିକ ଟନ୍ ଚାଉଳ(୭୧ଲକ୍ଷ ମେଟ୍ରିକ ଟନ୍ ଧାନ) ସଂଗ୍ରହ ପାଇଁ ଲକ୍ଷ୍ୟ ରଖାଯାଇଛି । ଖରିଫ ଋତ୍‌ୁରେ ୫୪ଲକ୍ଷ ଓ ରବି ଋତୁରେ ୧୭ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ କରାଯିବ। ଏହାଠୁ ଅଧିକ ଧାନ ଯଦି ପଞ୍ଜିକୃତ ଚାଷୀଙ୍କ ଦ୍ୱାରା ମଣ୍ଡିକୁ ଆସିବ ତାକୁ ମଧ୍ୟ ସରକାର କ୍ରୟ କରିବେ। ଆବଶ୍ୟକ ପଡ଼ିଲେ ବିଭାଗୀୟ ମନ୍ତ୍ରୀ ଏହି ଧାର୍ଯ୍ୟ ଲକ୍ଷ୍ୟକୁ ବୃଦ୍ଧି କରିପାରିବେ। ଚାଷୀଙ୍କୁ ଧାନ ବିକ୍ରି ବାବଦ ପ୍ରାପ୍ୟ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨୪ରୁ ୪୮ଘଣ୍ଟା ମଧ୍ୟରେ ପ୍ରଦାନ କରାଯିବ। ପୂର୍ବବର୍ଷର ସମସ୍ତ ଆଦାୟଯୋଗ୍ୟ ଚାଉଳ ଶତପ୍ରତିଶତ ଫେରସ୍ତ କରିନଥିବା ମିଲର ଚଳିତବର୍ଷ ଧାନ ସଂଗ୍ରହ ପ୍ରକ୍ରିୟାରେ ସାମିଲ ହୋଇପାରିବେ ନାହିଁ। ରାଜ୍ୟରେ ସଧାରଣ ବଣ୍ଟନ ବ୍ୟବସ୍ଥାରେ ବିତରଣ ପାଇଁ ୨୩ଲକ୍ଷ ମେଟ୍ରିକ ଟନ ଚାଉଳ ଆବଶ୍ରକ ଓ ବଳକା ଚାଉଳ ଏଫସିଆଇ ମାଧ୍ୟମରେ କେନ୍ଦ୍ରୀୟ ଭଣ୍ଡାରକୁ ପ୍ରଦାନ କରାଯିବ।
ଚଳିତବର୍ଷ ନଭେମ୍ବରରୁ ମାର୍ଚ୍ଚ ମାସ ମଧ୍ୟରେ ଖରିଫ ଧାନ ଓ ମେ’ରୁ ଜୁନ୍ ମାସ ମଧ୍ୟରେ ରବି ଧାନ ସଂଗ୍ରହ କରାଯିବ। ସରକାରଙ୍କୁ ଧାନ ବିକ୍ରି ପାଇଁ ‘ଆଧାର’ ଏକମାତ୍ର ପରିଚୟ ପତ୍ର ହେବ । ଧାନ ବିକ୍ରୟ ସମୟରେ ଆଧାର ମାଧ୍ୟମରେ ପଞ୍ଜିକୃତ ଚାଷୀଙ୍କ ବାୟୋମେଟ୍ରିକ ଚିହ୍ନଟୀକରଣ ପ୍ରକ୍ରିୟା ଅବଲମ୍ବନ କରାଯିବ। ଭାଗଚାଷୀ, କ୍ଷୁଦ୍ର ଓ ନାମମାତ୍ର ଚାଷୀ ଓ ପ୍ରକୃତ ଚାଷୀ ଏହି ଧାନ ସଂଗ୍ରହ ପ୍ରକ୍ରିୟାରେ ସାମିଲ ହୋଇପାରିବେ। ଚାଷୀଙ୍କୁ ଧାନ କ୍ୱିଣ୍ଟାଲ ପିଛା ୧୮୬୮ ଓ ୧୮୮୮ ଟଙ୍କା ହାରରେ ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରଦାନ କରାଯିବ । ରାଜ୍ୟରେ ଏବେ ୩୧୦ଟି ଧାନ ସଂଗ୍ରହକାରୀ ବ୍ଲକରେ ପି-ପାସ୍ ବ୍ୟବସ୍ଥା କାର୍ଯ୍ୟକାରୀ ହେଉଛି। ଅଭାବୀ ଧାନ ବିକ୍ରିକୁ ପ୍ରତିହତ କରିବା ନିମନ୍ତେ ସମସ୍ତ ଆବଶ୍ୟକ ପଦକ୍ଷେପ ନିଆଯାଉଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top