Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଓଡ଼ିଶାରେ ବନ୍ଦ ସଫଳ : କଂଗ୍ରେସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ଦିଆଯାଇଥିବା ‘ଭାରତ ବନ୍ଦ’ ଆଜି ଓଡ଼ିଶାରେ ସଫଳ ହୋଇଛି ବୋଲି କଂଗ୍ରେସ କହିଛି । ଅବଶ୍ୟ ଭାରତ ବନ୍ଦର ପ୍ରଭାବ ରାଜଧାନୀ ଭୁବନେଶ୍ୱର ସମେତ ସମଗ୍ର ରାଜ୍ୟରେ ସେଭଳି ଅନୁଭୂତ ହୋଇନାହିଁ ।
ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ କଂଗ୍ରେସ ଓଡ଼ିଶାରେ ଏହି ‘ଭାରତ ବନ୍ଦ’କୁ ସମର୍ଥନ କରିଥିଲା । ପିସିସି ସଭାପତିଙ୍କ ନିର୍ଦ୍ଦେଶରେ ଦଳର ଜିଲ୍ଲା, ବ୍ଲକ ସଂଗଠନ ସମେତ ସମସ୍ତ ଛାମୁଆ ସଂଗଠନର କର୍ମକର୍ତ୍ତା ଓ କର୍ମୀମାନେ ଏହି ବନ୍ଦକୁ ସଫଳ କରିଛନ୍ତି ବୋଲି ଦଳ ପକ୍ଷରୁ କୁହାଯାଇଛି । କଂଗ୍ରେସକର୍ମୀମାନେ ବନ୍ଦକୁ ସଫଳ କରିଥିବାରୁ ଶ୍ରୀ ପଟ୍ଟନାୟକ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
ଆଜି ସକାଳେ ଭୁବନେଶ୍ୱରର ଜିଲ୍ଲା କଂଗ୍ରେସ ସଭାପତି ବିଶ୍ୱଜିତ ଦାସଙ୍କ ନେତୃତ୍ୱରେ ଏକ ରାଲି କଂଗ୍ରେସ ଭବନରୁ ବାହାରି ରାଜମହଲ ଛକ ପର୍ଯ୍ୟନ୍ତ ଯାଇଥିଲା । ମାଷ୍ଟର କ୍ୟାଂଟିନଠାରେ ବିଧାୟକ ସୁରେଶ ରାଉତରାୟ, ଜୟଦେବ ଜେନା, ପ୍ରଦୀପ ମାଝୀ, ଜଗନ୍ନାଥ ପଟ୍ଟନାୟକ, ପଂଚାନନ କାନୁନ୍‌ଗୋ, ଶିବାନନ୍ଦ ରାୟ, କଟକ ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୌଧୁରୀ, ଶୁଭେନ୍ଦୁ ମହାନ୍ତିି, ନବଜ୍ୟୋତି ପଟ୍ଟନାୟକ, ସଂଗ୍ରାମ ଜେନା, ରଶ୍ମୀ ମହାନ୍ତି, ଚିନ୍ମୟ ପ୍ରସାଦ ଦାସ, ଯଜେ୍ଞଶ୍ୱର, ଜ୍ଞାନ ବେଉରା, ଆଲୋକ ମହାନ୍ତି, ଲିଙ୍ଗରାଜ ସାହୁ, ଅମୀୟ ପଟ୍ଟନାୟକ, ପଦ୍ମାକର ଗୁରୁ, ସୁଦର୍ଶନ ଦାସ, ରାଜୀବ ପଟ୍ଟନାୟକ, ରଜନୀ ମହାନ୍ତି, ସୁବାଷ ପ୍ରଧାନ, ମାନସ ଆଚାର୍ଯ୍ୟ,ଗୀତାଞ୍ଜଳି ମହାନ୍ତି, ଆଲୋକ ଲେଙ୍କାଙ୍କ ସମେତ ବହୁ କଂଗ୍ରେସ ନେତା ଓ କର୍ମୀ ଏହି ବନ୍ଦକୁ ସଫଳ କରିବାରେ ସାମିଲ ଥିଲେ । ନବନିଯୁକ୍ତ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କ ନେତୃତ୍ୱରେ ଏକ ବିଶାଳ ବାଇକ୍ ରାଲି ଭୁବନେଶ୍ୱରର ବିଭିନ୍ନ ଅଂଚଳ ପରିକ୍ରମା କରିଥିଲା । ବନ୍ଦ ସଫଳ ହୋଇଛି ବୋଲି ଦାବି କରି ପିସିସି ସଭାପତି ଶ୍ରୀ ପଟ୍ଟନାୟକ ରାଜ୍ୟବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top