Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଲିଙ୍ଗରାଜ ମନ୍ଦିର ପାଇଁ ଆସିଲା ସ୍ୱତନ୍ତ୍ର ଅଧ୍ୟାଦେଶ, କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର(ଓଡ଼ିଶା ୱେୟାର):ଶ୍ରୀଲିଙ୍ଗରାଜ ମନ୍ଦିର ସମସ୍ତ ପରିଚାଳନା ନିମନ୍ତେ ରାଜ୍ୟ ସରକାର ଏକ ସ୍ୱତନ୍ତ୍ର ଆଇନ ପ୍ରସ୍ତୁତ କରିଛନ୍ତି । ଏହି ଶ୍ରୀଲିଙ୍ଗରାଜ ମନ୍ଦିର ଆଇନକୁ ଅଧ୍ୟାଦେଶ ଆକାରରେ ଲାଗୁ କରିବା ନିମନ୍ତେ ଆଜି ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ କ୍ୟାବିନେଟ ବୈଠକ ପରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଶ୍ରୀଲିଙ୍ଗରାଜ ମନ୍ଦିରର ସର୍ବାଙ୍ଗୀନ ଉନ୍ନତି ପାଇଁ ସରକାର ଅନେକଗୁଡ଼ିଏ ପ୍ରସ୍ତାବ ଅଗ୍ରାଧିକାର ଭିତ୍ତିରେ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଯେହେତୁ ବିଧାନସଭା ଏବେ ମୁଲତବୀ ଅଛି ତେଣୁ ଅଧ୍ୟାଦେଶ ଜରିଆରେ ଲିଙ୍ଗରାଜ ମନ୍ଦିର ଆଇନର ବ୍ୟବସ୍ଥା କରାଯାଇଛି । ଶ୍ରଲିଙ୍ଗରାଜ ମନ୍ଦିର, ଏହାର ସମ୍ପତ୍ତି ଓ ପରିସର ମଧ୍ୟରେ ଓ ବାହାରେ ଥିବା ଅନ୍ୟମନ୍ଦିର, ପବିତ୍ର ସ୍ଥାନ ଓ ମଠ ସମ୍ପର୍କିତ ବ୍ୟପାରଗୁଡ଼ିକର ସୁପରିଚାଳନା ଓ ସୁଶାସନକୁ ଦୃଷ୍ଟିରେ ରଖି ଏହାର ପରିଚାଳନା ଦାୟିତ୍ୱ ଏକ କମିଟିକୁ ନ୍ୟସ୍ତ କରିବା ନିମନ୍ତେ ଏକ ଅଧ୍ୟାଦେଶକୁ ଆଜି କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଛି ।
ଏହି ଅଧ୍ୟାଦେଶରେ ମନ୍ଦିରର ସୁପରିଚାଳନା ନିମନ୍ତେ ବିସ୍ତୃତ ଭାବେ ବ୍ୟବସ୍ଥା ହୋଇଛି । ପରିଚାଳନା କମିଟି ଗଠନ, କମିଟିର ସଭ୍ୟ ସଂଖ୍ୟା, କମିଟିର ଦାୟିତ୍ୱ ଓ କ୍ଷମତା, ପରିଚାଳକଙ୍କର କ୍ଷମତା ଓ ଦାୟିତ୍ୱ, ମନ୍ଦିରର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ସୁରକ୍ଷା ଓ ପରିଚାଳନା, ସେବକମାନଙ୍କର ଭୂମିକା ଓ ଦାୟିତ୍ୱ, ମନ୍ଦିର ପାଣ୍ଠିର ଗଠନ ଓ ପରିଚାଳନା ଇତ୍ୟାଦି ସାମିଲ ଅଛି । ଏହା ମଧ୍ୟ ମନ୍ଦିରର ସମ୍ପତ୍ତି ସୁରକ୍ଷିତ ରଖିବା ପାଇଁ କମିଟିକୁ ସଶକ୍ତ କରିବ ।
କ୍ୟାବିନେଟ ବୈଠକରେ ଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶ ସମେତ ପୂର୍ତ୍ତ ବିଭାଗର ୨ଟି ଟେଣ୍ଡର ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top