Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଲିଙ୍ଗରାଜ ମନ୍ଦିରରେ ପୂଜାର୍ଚ୍ଚନା ପାଇଁ ରାଜଧାନୀବାସୀ ଦେବେ କୋଭିଡ୍ ନେଗେଟିଭ୍ ପ୍ରମାଣପତ୍ର

ଭୁବନେଶ୍ୱର(ଓଡ଼ିଶା ୱେୟାର):ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରକୁ ପର୍ଯ୍ୟାୟକ୍ରମେ ଖୋଲିବା ନିମନ୍ତେ ଆଜି ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ତେବେ ଲିଙ୍ଗରାଜ ମନ୍ଦିରରେ ଦର୍ଶନ ଓ ପୂଜାର୍ଚ୍ଚନା ନିମନ୍ତେ ରାଜଧାନୀବାସୀଙ୍କୁ କୋଭିଡ୍ ନେଗେଟିଭ୍ ପ୍ରମାଣପତ୍ର ଦେଖାଇବାକୁ ପଡ଼ିବ ।
ବିଏମସି କମିଶନର ପ୍ରେମଚାନ୍ଦ ଚୌଧୁରୀ ଆଜି ଶ୍ରୀଲିଙ୍ଗରାଜ ମନ୍ଦିର ଖୋଲିବା ସଂକ୍ରାନ୍ତରେ ନିର୍ଦ୍ଦେଶନାମା ଜାରି କହିଛନ୍ତି ଯେ, ୨୭ତାରିଖରୁ ଲିଙ୍ଗରାଜ ମନ୍ଦିର ଖୋଲିବ । ଡିସେମ୍ବର ୨୭ରୁ ୩୧ତାରିଖ ପର୍ଯ୍ୟନ୍ତ କେବଳ ମନ୍ଦିରର ସେବାୟତ ଓ ସେମାନଙ୍କର ପରିବାରବର୍ଗଙ୍କ ନିମନ୍ତେ ମନ୍ଦିର ଖୋଲା ରହିବ । ତେବେ ସେମାନଙ୍କୁ କୋଭିଡ୍ ଗାଇଡଲାଇନ କଡ଼ାକଡ଼ି ଭାବେ ପାଳନ କରିବାକୁ ପଡ଼ିବ ।
ଜାନୁୟାରୀ ୧ ଓ ୨ତାରିଖ ଦୁଇଦିନ ମନ୍ଦିର ସେବାୟତଙ୍କ ସମେତ ସମସ୍ତଙ୍କ ପାଇଁ ବନ୍ଦ ରହିବ । ଅବଶ୍ୟକ ଦୈନିକ ନୀତିକାନ୍ତି ଦାୟିତ୍ୱରେ ଥିବା ସେବାୟତମାନେ ମନ୍ଦିରକୁ ଯାଇପାରିବେ । ଜାନୁୟାରୀ ୩ତାରିଖରୁ ୫ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରବାସୀଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ଉନ୍ମୁକ୍ତ ରହିବ । ତେବେ ଶ୍ରଦ୍ଧାଳୁମାନେ ୫ଦିନ ପୂର୍ବର କୋଭିଡ୍ ନେଗେଟିଭ ରିପୋର୍ଟ ଆଣି ମନ୍ଦିର ଭିତରକୁ ପ୍ରବେଶ କରିପାରିବେ । ଜାନୁୟାରୀ ୬ ତାରିଖରୁ ଦେଶ ତଥା ରାଜ୍ୟର ବିଭିନ୍ନ ଭାଗରୁ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କ ନିମନ୍ତେ ମନ୍ଦିର ଖୋଲା ରହିବ । କୋଭିଡ୍ ଗାଇଡଲାଇନକୁ କଡ଼ାକଡ଼ି ପାଳନ କରିବାକୁ କୁହାଯାଇଛି ।
ଜାନୁୟାରୀ ୩୧ତାରିଖ ପର୍ଯ୍ୟନ୍ତ ମନ୍ଦିରର ସିଂହଦ୍ୱାରଠାରୁ ଆଡ଼କାଠ ପର୍ଯ୍ୟନ୍ତ ଗୋଟିଏ ସମୟରେ ସର୍ବାଧିକ ୫୦୦ଶ୍ରଦ୍ଧାଳୁଙ୍କୁ ପ୍ରବେଶ ପାଇଁ ଅନୁମତି ମିଳିବ । ଏହି ଦିନ ପର୍ଯ୍ୟନ୍ତ ସାହାଣ ଦର୍ଶନ ଓ ଗର୍ଭଗୃହ ଦର୍ଶନ ସମ୍ପୂର୍ଣ୍ଣ ଭାବେ ବାରଣ କରାଯାଇଛି । ଜାନୁୟାରୀ ୩ରୁ ୧୫ ତାରିଖ ପର୍ଯ୍ୟନ୍ତ ମନ୍ଦିର ପାଖରେ ଥର୍ମାଲ ସ୍କ୍ରିନିଂ କେନ୍ଦ୍ର ଓ ଆଣ୍ଟିଜେନ୍ ଟେଷ୍ଟ କେନ୍ଦ୍ର କାର୍ଯ୍ୟକ୍ଷମ ହେବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top